ଗଞ୍ଜାମରେ ସିପିଆଇଏମର ବିକ୍ଷୋଭ: ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ସହର ଖାଁ ଖାଁ

ଗଞ୍ଜାମ, ୧୨।୨(ବିଦ୍ୟାଧର ସାହୁ ): ଭାରତ ବନ୍ଦ ଡାକରା ଗଞ୍ଜାମ ସହରରେ ସଫଳ ହୋଇଥିବା ଜଣାପଡିଛି l ଏହି ଭାରତ ବନ୍ଦର ପ୍ରଭାବ ପଡିଛି ସହରରେ। ସିପିଆଇଏମ ନେତା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାଏଙ୍କ ନେତୃତ୍ୱରେ ଶତାଧିକ ବାମପନ୍ଥୀ ନେତା ଓ କର୍ମୀ ଜୟଶ୍ରୀ ଛକରୁ ଏକ ବିରାଟ ଶାନ୍ତି ପୁର୍ଣ୍ଣ ଶୋଭାଯାତ୍ରାରେ ବଜାର ପରିକ୍ରମା କରିଥିଲେ। ବାମପନ୍ଥୀଙ୍କ ଏହି ରାଲି ସମୟରେ ବଜାରର ବିଭିନ୍ନ ବ୍ୟବସାୟୀମାନେ ନିଜେ ନିଜେ ଦୋକାନ ବଜାର ବନ୍ଦ କରୁଥିବା ଦେଖିବାକୁ ମିଳିଥିଲା । ବ୍ଲକର ସମସ୍ତ ଚାରିଟା ଲକ୍ଷ୍ମୀ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଲକ୍ଷ୍ମୀ ବସ୍‌ ଚଳାଚଳ ବନ୍ଦଥିବାରୁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମୁଖୀନ ହୋଇଥିଲେ । ସେହିଭଳି ଗାଡି ବନ୍ଦ ଯୋଗୁ ବିଭିନ୍ନ ଅଞ୍ଚଳରୁ ଆସୁଥିବା ପନିପରିବା ବେପାରୀ ମଧ୍ୟ ମାର୍କେଟକୁ ଆସିନାହାନ୍ତି। ସହର ଖାଁ ଖାଁ । ଏଥିରେ ସିପିଆଇଏମ, ସିଆଇଟିୟୁ, ସିପିଆଇ, ଏଆଇଟିୟୁସି, ଜୟଶ୍ରୀ କେମିକାଲସ ଶ୍ରମିକ ସଂଗଠନ ସାମିଲ ହୋଇଥିଲେ । ବିକ୍ଷୋଭବେଳେ ଶ୍ରମିକ ସଂଗଠନ ନେତା ଦିଲ୍ଲୀପ ଛୋଟରାଏ,ଖଣ୍ଡାଦେଉଳି ସରପଞ୍ଚ ବୈରାଗୀ ବେହେରା,ରାମଚନ୍ଦ୍ର ନାୟକ, ଖଲି ସୱାଇଁ, ଅଜୟ ଗୌଡ଼, ପଦ୍ମଲାଭ ପ୍ରଧାନ,ସୁଜିତ ବେହେରା, କୃଷ୍ଣ ଗୌଡ଼ ଗଙ୍ଗାଧର ରେଡି,ମନୋଜ ସାହୁ, ଧର୍ମରାଜ ସ୍ବାଇଁ, ସତୀଶ ସ୍ବାଇଁ,ସିମାଞ୍ଚଳ ପଲାଇ,ପୁର୍ଣ ପଲାଇ, ପ୍ରତାପ ବିଶ୍ୱlଳ, ସୁଶାନ୍ତ ବାରିକି,ପ୍ରଶାନ୍ତ ଛଟେଇଙ୍କ ସମେତ ବହୁ କର୍ମୀ ଓ ନେତା ଉପସ୍ଥିତ ଥିଲେ। ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ରଙ୍କ ନେତୃତ୍ୱରେ ବ୍ୟାପକ ପୋଲିସ ବନ୍ଦୋବସ୍ତ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?