ସିପିଆଇର ପଦଯାତ୍ରା

ବଡବିଲ,୩୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲରେ ବୁଧବାର ସିପିଆଇ କେନ୍ଦୁଝର ଜିଲା ପରିଷଦ ପକ୍ଷରୁ ପଦଯାତ୍ରା ବାହାରିଥିଲା। ଏହି ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ବଡବିଲସ୍ଥିତ ସିପିଆଇର ଶ୍ରମିକ ଭବନରୁ ସିପିଆଇ କର୍ମୀ ଓ ନେତୃବୃନ୍ଦ ପଦଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ। ପରେ ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଏକ ସଭା କାର୍ଯ୍ୟ ହୋଇଥିଲା। ପଦଯାତ୍ରା ଓ ସଭାରେ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତିର ବିରୋଧ କରାଯାଇଥିଲା।

ଏପରିକି ବଡବିଲ-ବାଂଶପାଣି ରେଳ ସଂଯୋଗୀକରଣ, ବଡବିଲରେ ଓଭରର ବ୍ରିଜ୍‌ ନିର୍ମାଣ, ଖଣି ଓ ଶିଳ୍ପରେ ସ୍ଥାନୀୟ ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ, ବାଇପାସ୍‌ ରୋଡ ନିର୍ମାଣ, ବର୍ଷା ପୂର୍ବରୁ ସହରର ନାଳ, ନର୍ଦ୍ଦମାର ସଫେଇ, ବଡବିଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଉନ୍ନତିକରଣ, ସ୍ବସ୍ଥ୍ୟକେନ୍ଦ୍ରରେ ଅଧିକ ଡାକ୍ତର ଓ ଷ୍ଟାଫ୍‌ ନିଯୁକ୍ତି ଏବଂ ବାର୍ଦ୍ଧକ୍ୟ ଭତା ୩ ହଜାର ଟଙ୍କାକୁ ବୃଦ୍ଧି ଦାବୀ ସମ୍ପର୍କରେ ନେତାମାନେ ଆଲୋଚନା କରିଥିଲେ। ସିପିଆଇ କେନ୍ଦୁଝର ଜିଲା ପରିଷଦ ସହସମ୍ପାଦକ କପିଳ ପ୍ରସାଦ ମହାନ୍ତିଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ପଦଯାତ୍ରା ଓ ସଭାରେ କାହ୍ନୁ ଚରଣ ସାମଲ, ଶ୍ରୀହରି ଘଣା, ବାଗ୍ରା ଚାତାର, ମ. ବଦୃଜାମା, ହୃଦାନନ୍ଦ ପ୍ରଧାନ, ରଞ୍ଜିତ କୁମାର ଗିରି, କ୍ଷୀରୋଦ ମହାନ୍ତି, ବଲ୍ଲଭ ରାଉତ ଓ ରିତୁ ପ୍ରସାଦ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?