Posted inଖେଳ

କାରିବିୟନ ପ୍ରିମିୟର ଲିଗ୍‌: ନାଇଟ ରାଇଡର୍ସ-ଜୌକ୍ସ ଫାଇନାଲ

ଟାରୌବା, ୧୦।୯(ପି.ଟି.)- ତ୍ରିନିଦାଦ ନାଇଟ ରାଇଡର୍ସ ଓ ସେଣ୍ଟ ଲୁସିଆ ଜୌକ୍ସ ବିଜୟ ହାସଲ କରି ଚଳିତ କାରିବିୟନ ପ୍ରିମିୟର ଲିଗ୍‌(ସିପିଏଲ)ର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ନାଇଟ ରାଇଡର୍ସ ସିପିଏଲ ଇତିହାସରେ ପ୍ରଥମ ଦଳଭାବେ ଅଲ୍‌-ଓ୍ବିନ ସହ ସିଜନ ଶେଷ କରିବା ଦ୍ୱାରଦେଶରେ ପହଞ୍ଚତ୍ ଯାଇଛି। ଏହି ଦଳ ସମସ୍ତ ୧୦ଟି ଯାକ ଲିଗ୍‌ମ୍ୟାଚ ଜିତିବାପରେ ସେମିଫାଇନାଲରେ ବିଜୟ ହାସଲ କରିଛି। ପୂର୍ବରୁ ନାଇଟ ରାଇଡର୍ସ ୩ ଥର ସିପିଏଲ ଟାଇଟଲ ହାସଲ କରି ସାରିଛି। ଗୁରୁବାର ଫାଇନାଲ ଅନୁଷ୍ଠିତ ହେବ।
ପ୍ରଥମ ସେମିଫାଇନାଲରେ ନାଇଟ ରାଇଡର୍ସ ୯ ଉଇକେଟରେ ଜାମାଇକା ତଲାଓ୍ବାସକୁ ପରାସ୍ତ କରିଥିଲା। ଜାମାଇକା ଦଳ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୭ ଉଇକେଟ ହରାଇ ୧୦୭ ରନ କରିଥିଲା। ଜବାବରେ ନାଇଟ ରାଇଡର୍ସ ୧୫ ଓଭରରେ ମାତ୍ର ୧ ଉଇକେଟ ହରାଇ ୧୧୧ ରନ ସଂଗ୍ରହ କରି ବିଜୟୀ ହୋଇଥିଲା। ବିଜୟୀ ଦଳର ବାମହାତୀ ସ୍ପିନର ଆକେଲ ହୋସେନ ନିଜ ୪ ଓଭର ସ୍ପେଲ୍‌ରେ ଗୋଟିଏ ମେଡେନ ନେଇ ମାତ୍ର ୧୪ ରନରେ ୩ଟି ଉଇକେଟ ନେଇଥିବାରୁ ପ୍ଲେୟର ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ଏକ ଲୋ ସ୍କୋରିଂ ଦ୍ୱିତୀୟ ସେମିଫାଇନାଲରେ ଜୌକ୍ସ ୧୦ ଉଇକେଟରେ ଗୁୟାନା ଆମାଜନ ଓ୍ବାରିୟର୍ସକୁ ପରାସ୍ତ କରିଥିଲା। ଗୁୟାନା ଦଳ ୧୩.୪ ଓଭରରେ ମାତ୍ର ୫୫ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଜୌକ୍ସ ୪.୩ ଓଭରରେ କୌଣସି ଉଇକେଟ ନ ହରାଇ ୫୬ ରନ ସଂଗ୍ରହ କରି ନେଇଥିଲା। ବିଜୟୀ ଦଳର ବୋଲର ମାର୍କ ଡେୟର ମାତ୍ର ୧ ଓଭର ବୋଲିଂ କରି ୨ ରନ ଦେଇ ୨ଟି ଉଇକେଟ ନେଇଥିବାରୁ ପ୍ଲେୟର ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri