Posted inଖେଳ

ଆଇପିଏଲ ପାଇଁ ଖୁସି ଖବର

ଜାମାଇକା,୧୮ା୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅନୁରୋଧ କ୍ରମେ କାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ)ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)। ୟୁଏଇରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ସିପିଏଲକୁ ଧାର୍ଯ୍ୟ ତାରିଖ ଆଗରୁ ଆରମ୍ଭ କରିବାକୁ ବିସିସିଆଇ ଅନୁରୋଧ କରିଥିଲା। ଯାହା ଫଳରେ ସିପିଏଲରେ ଭାଗ ନେଉଥିବା ଓ୍ବେଷ୍ଟଇଣ୍ଡିଜ ଓ ଅନ୍ୟ ଦେଶର ଖେଳାଳିମାନେ ଆଇପିଏଲ ଆରମ୍ଭରୁ ଉପଲବ୍ଧ ହୋଇପାରିବେ।

ବିସିସିଆଇର ସାଧାରଣ ସମ୍ପାଦକ ଜୟ ଶାହ ସିପିଏଲ ସିଓଓ ପେଟେ ରସେଲଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। ଏହାପରେ ବିସିସିଆଇ ଓ ସିପିଏଲ ଅଧିକାରୀ ଲିଗ୍‌ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବାକୁ ଏକମତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସିପିଏଲ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧୫ ମଧ୍ୟରେ ଖେଳାଯିବ। ର୍ପୂବରୁ ଏହି ଲିଗ୍‌ ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୧୯ ମଧ୍ୟରେ ଖେଳାଯିବାର ଥିଲା। ସିପିଏଲ ଶେଷ ହେବା ପରେ ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ସ୍ବତନ୍ତ୍ର ଚାଟର ବିମାନ ଯୋଗେ ୟୁଏଇ ପହଞ୍ଚିବେ। ସେଠାରେ ୩ ଦିନିଆ ହାର୍ଡ କ୍ୱାରେଣ୍ଟିନ ରହିବା ପରେ ସେପ୍ଟେମ୍ବର ୧୮-୧୯ରୁ ଆରମ୍ଭ ହେବାକୁ ଥିବା ଆଇପିଏଲର ବଳକା ମ୍ୟାଚ୍‌ ଉପଲବ୍ଧ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri