ଅଗଷ୍ଟ ୧୮ରୁ ସିପିଏଲ୍‌ ଟି୨୦ ଲିଗ୍‌ ଆରମ୍ଭ

ନୂଆଦିଲ୍ଲୀ,୧୧।୭: କୋଭିଡ୍‌-୧୯ ମହାମାରୀର ପ୍ରକୋପ୍‌ ଜାରି ରହିଥିବା ବେଳେ ଟେଷ୍ଟ କ୍ରିକେଟ ଆରମ୍ଭ ହୋଇଛି। ଏବେ ଆଉ ଏକ ହାଇପ୍ରୋଫାଇଲ ଟି୨୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟକ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କାରିବିୟାନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)। ଏ ନେଇ ଆୟୋଜକମାନେ ସୂଚନା ଦେଇଛନ୍ତି। ଏହି ଲିଗ୍‌ ତ୍ରିନିଦାଦ୍‌ ଆଣ୍ଡ ଟୋବାଗୋରେ ଖେଳାଯିବ। ସ୍ବାସ୍ଥ୍ୟଗତ ପ୍ରୋଟୋକଲକୁ ଧ୍ୟାନରେ ରଖି ଏହି ଲିଗ୍‌ ୩୪ ଦିନ ଧରି ଖେଳାଯିବ। କରୋନାର ଭାଇରସ ସଂକ୍ରମଣ ପାଇଁ ମ୍ୟାଚ୍‌ଗୁଡିକ ଫାଙ୍କା ଷ୍ଟାଡିୟମରେ ତଥା ବିନା ଦର୍ଶକରେ ଖେଳାଯିବ। ସ୍ଥାନୀୟ ପ୍ରସାଶନ ଓ ସରକାର ଏହି ଲିଗ୍‌ ଆୟୋଜନ କରିବାକୁ ଅନୁମତି ଦେଇଛନ୍ତି। ସେପ୍ଟେମ୍ବର ୨୦ ତାରିଖରେ ଟୁର୍ନାମେଣ୍ଟର ଫାଇନାଲ ଖେଳାଯିବ। ଏଥର ପୂରା ଲିଗ୍‌ ତ୍ରିନିଦାଦ ଆଣ୍ଡ ଟବାଗୋରେ ଖେଳାଯିବ ଓ ଏହାଦ୍ୱାରା କରୋନା ଭାଇରସ ସଂକ୍ରମଣକୁ ରୋକା ଯାଇପାରିବ ବୋଲି କୁହାଯାଇଛି।
ଲିଗ୍‌ ଖେଳିବାକୁ ତ୍ରିନିଦାଦ୍‌ ଓ ଟବାଗୋରେ ପହଞ୍ଚିବା ପରେ ଦଳଗୁଡିକୁ ଅଲଗା ଅଲଗା ହୋଟେଲ ହେଲ୍‌ଥ ପ୍ରୋଟୋକଲ ଅନୁସାରେ ରଖାଯିବ। ହୋଟେଲରେ ଖେଳାଳିମାନେ ଦୁଇ ସପ୍ତାହ କ୍ୱାରାଣ୍ଟାଇନ୍‌ରେ ରହିବେ। ପହଞ୍ଚିବା ପରେ ଖେଳାଳିମାନଙ୍କର କୋଭିଡ୍‌-୧୯ ପରୀକ୍ଷା କରାଯିବ। କୋଭିଡ୍‌-୧୯ ନେଇ ସବୁ ଗାଇଡ୍‌ଲାଇନର ପାଳନ କରାଯିବ। ଏହି ଲିଗ୍‌ରେ ଏଥର ଭାରତୀୟ ଅଭିଜ୍ଞ ସ୍ପିନର ପ୍ରବୀଣ ତାମ୍ବେ ପଦାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମ ଭାରତୀୟ ଖେଳାଳିଭାବେ ସେ ବିଦେଶୀ ଲିଗ୍‌ରେ ଖେଳିବାକୁ ଯାଉଛନ୍ତି। ତାମ୍ବେ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ପାଇଁ ଖେଳିବାକୁ ଚୁକ୍ତିବଦ୍ଧ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri