ଅଗଷ୍ଟ ୧୮ରୁ ସିପିଏଲ୍‌ ଟି୨୦ ଲିଗ୍‌ ଆରମ୍ଭ

ନୂଆଦିଲ୍ଲୀ,୧୧।୭: କୋଭିଡ୍‌-୧୯ ମହାମାରୀର ପ୍ରକୋପ୍‌ ଜାରି ରହିଥିବା ବେଳେ ଟେଷ୍ଟ କ୍ରିକେଟ ଆରମ୍ଭ ହୋଇଛି। ଏବେ ଆଉ ଏକ ହାଇପ୍ରୋଫାଇଲ ଟି୨୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟକ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କାରିବିୟାନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)। ଏ ନେଇ ଆୟୋଜକମାନେ ସୂଚନା ଦେଇଛନ୍ତି। ଏହି ଲିଗ୍‌ ତ୍ରିନିଦାଦ୍‌ ଆଣ୍ଡ ଟୋବାଗୋରେ ଖେଳାଯିବ। ସ୍ବାସ୍ଥ୍ୟଗତ ପ୍ରୋଟୋକଲକୁ ଧ୍ୟାନରେ ରଖି ଏହି ଲିଗ୍‌ ୩୪ ଦିନ ଧରି ଖେଳାଯିବ। କରୋନାର ଭାଇରସ ସଂକ୍ରମଣ ପାଇଁ ମ୍ୟାଚ୍‌ଗୁଡିକ ଫାଙ୍କା ଷ୍ଟାଡିୟମରେ ତଥା ବିନା ଦର୍ଶକରେ ଖେଳାଯିବ। ସ୍ଥାନୀୟ ପ୍ରସାଶନ ଓ ସରକାର ଏହି ଲିଗ୍‌ ଆୟୋଜନ କରିବାକୁ ଅନୁମତି ଦେଇଛନ୍ତି। ସେପ୍ଟେମ୍ବର ୨୦ ତାରିଖରେ ଟୁର୍ନାମେଣ୍ଟର ଫାଇନାଲ ଖେଳାଯିବ। ଏଥର ପୂରା ଲିଗ୍‌ ତ୍ରିନିଦାଦ ଆଣ୍ଡ ଟବାଗୋରେ ଖେଳାଯିବ ଓ ଏହାଦ୍ୱାରା କରୋନା ଭାଇରସ ସଂକ୍ରମଣକୁ ରୋକା ଯାଇପାରିବ ବୋଲି କୁହାଯାଇଛି।
ଲିଗ୍‌ ଖେଳିବାକୁ ତ୍ରିନିଦାଦ୍‌ ଓ ଟବାଗୋରେ ପହଞ୍ଚିବା ପରେ ଦଳଗୁଡିକୁ ଅଲଗା ଅଲଗା ହୋଟେଲ ହେଲ୍‌ଥ ପ୍ରୋଟୋକଲ ଅନୁସାରେ ରଖାଯିବ। ହୋଟେଲରେ ଖେଳାଳିମାନେ ଦୁଇ ସପ୍ତାହ କ୍ୱାରାଣ୍ଟାଇନ୍‌ରେ ରହିବେ। ପହଞ୍ଚିବା ପରେ ଖେଳାଳିମାନଙ୍କର କୋଭିଡ୍‌-୧୯ ପରୀକ୍ଷା କରାଯିବ। କୋଭିଡ୍‌-୧୯ ନେଇ ସବୁ ଗାଇଡ୍‌ଲାଇନର ପାଳନ କରାଯିବ। ଏହି ଲିଗ୍‌ରେ ଏଥର ଭାରତୀୟ ଅଭିଜ୍ଞ ସ୍ପିନର ପ୍ରବୀଣ ତାମ୍ବେ ପଦାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମ ଭାରତୀୟ ଖେଳାଳିଭାବେ ସେ ବିଦେଶୀ ଲିଗ୍‌ରେ ଖେଳିବାକୁ ଯାଉଛନ୍ତି। ତାମ୍ବେ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ପାଇଁ ଖେଳିବାକୁ ଚୁକ୍ତିବଦ୍ଧ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri