ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ

ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା ଲଞ୍ଚଘୋଲା ଦ୍ବୀପରୁ ଉଦ୍ଧାର ହୋଇ ଗାଁକୁ ଫେରିଆସିଛନ୍ତି।

ସୂଚନା ଯୋଗ୍ୟ, ୨୦ଜଣ କଙ୍କଡା ଧରାଳି ହୁକିଟୋଲା ସଂଲଗ୍ନ ଅନତୀ ଦୂରରେ ଥିବା ଲଞ୍ଚଘୋଲା ଦ୍ବୀପରେ ପଲିଥିନ ଟାଣି ରହୁଥିଲେ। ବାତ୍ୟାକୁ ନେଇ ପ୍ରଶାସନ ପକ୍ଷରୁ ଡାକ ବାଜି ମାଇକରେ ପ୍ରଚାର କରି ସଚେତନତା କରାଯାଇଥିଲା। ହେଲେ ସେମାନଙ୍କ ନିକଟରେ ସଚେତନତା ବାର୍ତ୍ତା ପହଞ୍ଚି ନ ଥିବା ସୋମବାର ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପରେ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା।

ଏଭଳିସ୍ଥିତିରେ ଅତି ଗୋପନୀୟ ଭାବେ କଙ୍କଡା ବେପାରୀମାନେ ସୋମବାର ବିଳମ୍ବିତ ରାତିରେ ଅଟକି ରହିଥିବା ଶବର ସମ୍ପ୍ରଦାୟର କଙ୍କଡା ଧରାଳିଙ୍କୁ ଉଦ୍ଧାର କରି ଘରକୁ ପଠାଇଥିବା ଥିବା କେତେକ ଧରାଳି କହିଛନ୍ତି। ସେମାନଙ୍କ କହିବା ମୁତାବକ, କଙ୍କଡ଼ା ବେପାରୀମାନେ ଗରିବ ନିରକ୍ଷରମାନଙ୍କୁ କଙ୍କଡା ଧରିବାରେ ନିୟୋଜିତ କରୁଛନ୍ତି। ତାଙ୍କଠାରୁ ବହୁ ମୂଲ୍ୟର ମାଛ, କଙ୍କଡାକୁ କମ୍‌ ମୂଲ୍ୟ କିଣି ଚଢାଦରରେ ବିକ୍ରି କରୁଥିବା ଗୁରୁତର ଅଭିଯୋଗ କରିଛନ୍ତି।

ଅନ୍ୟପକ୍ଷେ ଉଦ୍ଧାର କେତେକ କଙ୍କଡ଼ା ଧରାଳି ମଙ୍ଗଳବାର ସାରେ ବତୀଘର ପଞ୍ଚାୟତ ବଡ଼ଟୁବିଠାରେ ଥିବା କୁହାଯାଉଛି । ଅପରପକ୍ଷରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରେସ ରିଲିଜ ପ୍ରକାଶ କରାଯାଇଛି। ଏଥିରେ ଉକ୍ତ ଦ୍ବୀପରେ କେହି ନ ଥିବା ତଦନ୍ତ କରି ବନ ବିଭାଗ ପକ୍ଷରୁ କୁହାଯାଇଛି।

ଜମ୍ବୁ ସାମୁଦ୍ରିକ ଥାନା, ସାମୁଦ୍ରିକ ମତ୍ସ୍ୟ ବିଭାଗର ପ୍ରମୁଖ କର୍ମଚାରୀଙ୍କ ସହ ଶବରପେଟ ଛେଲା ରାଜସ୍ବ ନିରୀକ୍ଷକ ବିଜୟ କୁମାର ବେହେରା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ପରିଡା, ସାମୁଦ୍ରିକ ମତ୍ସ ଅଧିକାରୀ ପ୍ରମୁଖ କଙ୍କଡା ଧରାଳିଙ୍କ ଘରେ ପହଞ୍ଚି ପଚରାଉଚରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା CUG ନମ୍ବର ଲୁଚାଇଲେ ହେବ କାର୍ଯ୍ୟାନୁଷ୍ଠାନ! ସାର୍ବଜନୀନ କରିବାକୁ ପୋଲିସ୍ HQରୁ କଡ଼ା ନିର୍ଦ୍ଦେଶ

କଟକ ସଦର, ୨୭/୧୦ (ସୁଶାନ୍ତ କୁମାର ଜେନା): ରାଜ୍ୟର ବିଭିନ୍ନ ଥାନାରେ ଥିବା BSNL ଲ୍ୟାଣ୍ଡଫୋନ୍ ଲାଇନ୍‌ଗୁଡ଼ିକ ଅଚଳ ହୋଇପଡ଼ିଥିବାରୁ, ଜରୁରୀ ସେବା ଓ ପୋଲିସ୍ ସହାୟତା…

ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦ: ମେଣ୍ଢିପାଲି ସ୍କୁଲରେ ତାଲା, ଛାତ୍ରଛାତ୍ରୀଙ୍କ ସହ ଧାରଣାରେ ଗ୍ରାମବାସୀ

ଦେବଗଡ଼, ୨୭।୧୦(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଥିବା ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ନେଇ ଅସନ୍ତୋଷ। ତାଙ୍କ ସ୍ଥାନରେ ଅନ୍ୟ କୌଣସି ବିଜ୍ଞାନ ଶିକ୍ଷକଙ୍କୁ ନିଯୁକ୍ତି ନଦେବା…

ବଡ଼ ଖବର: କାଲି ନୁହେଁ ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା, ହଠାତ୍‌ ବଦଳିଲା ସମୟ

ଭୁବନେଶ୍ୱର, ୨୭।୧୦: କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି…

କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…

ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ…

ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍‌ ସେବାକୁ ସାମୟିକ ଭାବେ…

Featured Video Play Icon

ଅର୍ଣ୍ଣବ ପ୍ରକୋପ: ଭୟଙ୍କର ଦେଖାଗଲା ସମୁଦ୍ର! ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ଆଗକୁ ବଢୁଥିବା ବାତ୍ୟା ଅର୍ଣ୍ଣବ…

ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର,…

ବଦଳିଗଲା ବାତ୍ୟାର ଲ୍ୟାଣ୍ଡଫଲ୍‌ ସ୍ଥାନ! ରାତି ହେଉ ହେଉ ଏସବୁ ଜିଲାକୁ ହାଇ ଆଲର୍ଟ…

ଭୁବନେଶ୍ୱର,୨୭।୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ଅର୍ଣ୍ଣବ ବିଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?