Posted inଜାତୀୟ

ଏଏସ୍‌ଆଇ ସର୍ଭେକୁ ନେଇ ଗଣମାଧ୍ୟମ ଉପରେ କଟକଣା ଲଗାଯାଉ

ବାରାଣସୀ, ୧୦।୮: ଜ୍ଞାନବାପି ମସ୍‌ଜିଦକୁ ନେଇ ବିବାଦ ଅଧିକ ଜଟିଳ ହେବାରେ ଲାଗିଛି। ପ୍ରତ୍ନତତ୍ତ୍ୱ ବିଭାଗ ଗତ ୬ ଦିନ ହେଲା ଏହାର ଉପରେ ସର୍ଭେ ଜାରି ରଖିଛି। ପ୍ରତିଦିନ ଗଣମାଧ୍ୟମରେ ଏହି ସମ୍ପର୍କିତ ଖବର ପ୍ରସାରଣ ହୋଇ ଆସୁଛି। ଏହାକୁ ଅଧିକ ଜଟିଳ କରୁଛି ବୋଲି ମସ୍‌ଜିଦ ପରିଚାଳନା କମିଟି ଅଭିଯୋଗ କରିଛି। ତେଣୁ ଏହି ସର୍ଭେ ସମ୍ପର୍କିତ ଖବର ପ୍ରସାରଣକୁ ନେଇ ଗଣମାଧ୍ୟମ ଉପରେ ପ୍ରତିବନ୍ଧକ ଲଗାଯାଉ ବୋଲି ପରିଚାଳନା କମିଟି କୋର୍ଟରେ ଆବେଦନ କରିଛି।

ଖ୍ରୀଷ୍ଟାବ୍ଦରେ ଏହି ମସ୍‌ଜିଦ ନିର୍ମାଣ କରାଯାଇଥିବା କୁହାଯାଇଥିବାବେଳେ ପୂର୍ବରୁ ଏଠାରେ ଏକ ହିନ୍ଦୁ ମନ୍ଦିର ଥିଲା ବୋଲି କିଛି ହିନ୍ଦୁ ସଂଗଠନ ଦାବି କରିଥିଲେ। ଏହାକୁ ନେଇ ବିବାଦ ଦେଖାଦେଇଥିଲା। ତେଣୁ ଗତମାସରେ ସୁପ୍ରିମକୋର୍ଟ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ(ଏଏସ୍‌ଆଇ)କୁ ବୈଜ୍ଞାନିକ ପ୍ରଣାଳୀରେ ସର୍ଭେ କରିବାକୁ ନିର୍ଦ୍ଦେଶ ଦେଇଥିଲେ। କୋର୍ଟ ଆଦେଶ ଆଧାରରେ ଚଳିତ ମାସ ୪ ତାରିଖରୁ ପ୍ରତ୍ନତତ୍ତ୍ୱ ବିଭାଗ ସର୍ଭେ ଆରମ୍ଭ କରିଥିଲା।
ଅଞ୍ଜୁମନ ଇଣ୍ଟେଜାମିଆ ମସ୍‌ଜିଦ କମିଟିର ଯୁଗ୍ମ ସମ୍ପାଦକ ସୟିଦ ମହମ୍ମଦ ୟାସିନ କହିଛନ୍ତି, କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରତ୍ନତତ୍ତ୍ୱ ବିଭାଗ ବର୍ତ୍ତମାନ ଜ୍ଞାନବାପି ମସ୍‌ଜିଦ ପରିସରରେ ସର୍ଭେ କରୁଛି।

ଏନେଇ ଏଏସ୍‌ଆଇ ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ମନ୍ତବ୍ୟ ଦିଆଯାଇନାହିଁ। କିନ୍ତୁ ବିଭିନ୍ନ ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ବାରମ୍ବାର ପ୍ରସାରିତ ହୋଇଆସୁଛି। ଏହା ଲୋକଙ୍କ ମନରେ ଭ୍ରାନ୍ତ ଧାରଣା ସୃଷ୍ଟି କରୁଛି। ତେଣୁ ଏ ସମ୍ପର୍କିତ ଖବର ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇବାକୁ ଆମେ ସ୍ଥାନୀୟ କୋର୍ଟରେ ଆବେଦନ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri