ଅପ୍ରୋଚ ରୋଡ଼ ନିର୍ମାଣରେ ଫାଟ

ଚଣ୍ଡିଖୋଲ,୧ା୧୨ଡି.ଏନ.ଏ.): ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ଚଣ୍ଡିଖୋଲ ଉପଖଣ୍ଡ ଅଧୀନ ବାଉଜଙ୍ଗ-ଧାଉଡ଼ିଆପଦା ରାସ୍ତାର ଚାରିନଙ୍ଗଳଠାରେ ବିରୂପା ନଦୀ ଉପରେ ସେତୁ ନିର୍ମାଣ ହୋଇଛି। ଏହି ସେତୁ ନିର୍ମାଣ କାମ ୨ବର୍ଷ ହେବ ଶେଷ ହୋଇଛି। ହେଲେ ଉଭୟ ପାର୍ଶ୍ୱରେ ଅପ୍ରୋଚ୍‌ ରୋଡ ନିର୍ମାଣ କାମ ଶେଷ ହୋଇ ନ ଥିବାରୁ ସେତୁ ଦେଇ ଯାତାୟାତ ବନ୍ଦ ରହିଛି। ଏବେ ଆପ୍ରୋଚ ରୋଡ ନିର୍ମାଣ କାର୍ଯ୍ୟ ଚାଲୁଛି। ତେବେ ନିର୍ମାଣ କାମ ଚାଲୁ ଥିବା ବେଳେ ଅପ୍ରୋଚ ରୋଡ ପାଇଁ ନିର୍ମାଣ ହୋଇଥିବା ୱାଲରେ ଫାଟ ସୃଷ୍ଟି ହୋଇଛି, ଯାହାକୁ ନେଇ ଅପ୍ରୋଚ ରୋଡର ସ୍ଥାୟୀତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ା ଏହି କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଚାରିନଙ୍ଗଳ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେମାନଙ୍କ ଅଭିଯୋଗ ଅନୁଯାୟୀ, ଅପ୍ରୋଚ ରୋଡ କାମ କରୁଥିବା ଠିକା ସଂସ୍ଥା ନିମ୍ନମାନର କାର୍ଯ୍ୟ କରୁଥିବା ଯୋଗୁ ଓ୍ବାଲ୍‌ରେ ଫାଟ ସୃଷ୍ଟି ହୋଇଛି। ଉଭୟ ପାର୍ଶ୍ୱରେ ହେଉଥିବା ଅପ୍ରୋଚ ରୋଡର ମାଟି ଓ ମୋରମ ଦବାଇବା ପାଇଁ ଠିକା ସଂସ୍ଥା ଭାଇବ୍ରେଟର ବ୍ୟବହାର କରୁ ନାହିଁ। ଯଦି ଭାଇବ୍ରେଟର ବ୍ୟବହାର କରେ ତେବେ ୱାଲ୍‌ଟି ଭୁଶୁଡ଼ି ପଡିବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ, ବିରୂପା ନଦୀର ଚାରିନଙ୍ଗଳଠାରେ ବ୍ରିଜ କାମ ଶେଷ ପରେ ମଧ୍ୟ ବ୍ରିଜର ଉଭୟ ପାର୍ଶ୍ୱରେ ବେସରକାରୀ ଜମି ରହିଥିବା ହେତୁ ଅପ୍ରୋଚ ରୋଡ ନିର୍ମାଣ ହୋଇପାରି ନ ଥିଲା ା ବେସରକାରୀ ଜମି ଅଧିଗ୍ରହଣ ହୋଇ ନ ଥିବାରୁ କାମରେ ବିଳମ୍ବ ହୋଇଥଲା। ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣ କରାଗଲା ପରେ ଅପ୍ରୋଚ ରୋଡ ନିର୍ମାଣ ଆରମ୍ଭ ହୋଇଥିଲା। ଏବେ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ୱାଲ୍‌ରେ ଫାଟ ସୃଷ୍ଟି ହୋଇଛି। ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ପ୍ରଦ୍ୟୁମ୍ନ କୁମାର ସେଠୀଙ୍କୁ ପଚାରିବାରୁ ସେ କୁହନ୍ତି ୱାଲ୍‌ରେ ଫାଟ ସୃଷ୍ଟି ହେବା ନେଇ ଖବର ପାଇଛି। ତୁରନ୍ତ ମୁଁ ଘଟଣାସ୍ଥଳ ପରିଦର୍ଶନ କରିବି। ଏହାପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri