ଆଇଓସିଏଲ୍‌ ପାଇପ୍‌ ଲାଇନ୍‌ରେ ଫାଟ

ଆଳି,୫ା୧୧(ବନମାଳୀ ସେନାପତି) ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ଯାଇଥିବା ଆଇଓସିଏଲ୍‌ର ପାଇପ୍‌ ଲାଇନରେ ଫାଟ ସୃଷ୍ଟି ହେବା ଯୋଗୁ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମର ଭେଡାଠାରେ ହଜାର ହଜାର ଲିଟର ଡିଜେଲ ମାଟିରେ ଭାସୁଛି। କମ୍ପାନୀ କର୍ତ୍ତୃପକ୍ଷ ଏ କଥା ଜାଣିବା ପରେ ବିଭାଗୀୟ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ଶନିବାର ମରାମତି ଆରମ୍ଭ କରିଛନ୍ତି। ନରେନ୍ଦ୍ରପୁର ଭେଡାଜମି ଦେଇ ପାରାଦୀପରୁ ହଳଦିଆ ଯାଇଥିବା ପାଇପ୍‌ ଲାଇନରେ କୌଣସି କାରଣରୁ ଗତ ଶୁକ୍ରବାର ରାତିରେ ଫାଟ ସୃଷ୍ଟି ହୋଇଥିଲା। ସକାଳୁ ଏ କଥା ଜଣାପଡିବା ପରେ ସ୍ଥାନୀୟ ଲୋକମାନେ ଏ ସଂକ୍ରାନ୍ତରେ ଆଇଓସିଏଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଖବର ପାଇବା ପରେ ଆଇଓସିଏଲ୍‌ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚତ୍ ମରାମତି କାର୍ଯ୍ୟ ଆରମ୍ଭ କରିଥିଲେ। ଏଥିସହିତ ମାଟି ଉପରେ ଭାସୁଥିବା ଡିଜେଲକୁ ସଂଗ୍ରହ କରି ଟ୍ୟାଙ୍କର ସାହାଯ୍ୟରେ କମ୍ପାନୀକୁ ନିଆଯାଇଥିଲା। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଯଦିଓ ଏହି ଡିଜେଲ କୌଣସି ଚାଷଜମିରେ ମାଡି ନ ଥିଲା। କିନ୍ତୁ ଡିଜେଲ ଭାସୁଥିବା ସ୍ଥାନଠାରୁ ଅଳ୍ପ ଦୂରରେ ଚାଷ ଜମି ରହିଛି। ଖବର ପାଇ ସମ୍ପୂର୍ଣ୍ଣ ଅଞ୍ଚଳର ଲୋକମାନେ ସେଠାରେ ରୁଣ୍ଡ ହୋଇଥିଲେ। ବିଭାଗୀୟ କର୍ତ୍ତୃପକ୍ଷଙ୍କ ତୁରନ୍ତ ପଦକ୍ଷେପ ଯୋଗୁ ଲୋକମାନେ ଏକ ବଡ଼ ବିପଦରୁ ରକ୍ଷା ପାଇଛନ୍ତି ବୋଲି ଆଲୋଚ୍ୟ ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri