ଆଇଓସିଏଲ୍‌ ପାଇପ୍‌ ଲାଇନ୍‌ରେ ଫାଟ

ଆଳି,୫ା୧୧(ବନମାଳୀ ସେନାପତି) ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ଯାଇଥିବା ଆଇଓସିଏଲ୍‌ର ପାଇପ୍‌ ଲାଇନରେ ଫାଟ ସୃଷ୍ଟି ହେବା ଯୋଗୁ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମର ଭେଡାଠାରେ ହଜାର ହଜାର ଲିଟର ଡିଜେଲ ମାଟିରେ ଭାସୁଛି। କମ୍ପାନୀ କର୍ତ୍ତୃପକ୍ଷ ଏ କଥା ଜାଣିବା ପରେ ବିଭାଗୀୟ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ଶନିବାର ମରାମତି ଆରମ୍ଭ କରିଛନ୍ତି। ନରେନ୍ଦ୍ରପୁର ଭେଡାଜମି ଦେଇ ପାରାଦୀପରୁ ହଳଦିଆ ଯାଇଥିବା ପାଇପ୍‌ ଲାଇନରେ କୌଣସି କାରଣରୁ ଗତ ଶୁକ୍ରବାର ରାତିରେ ଫାଟ ସୃଷ୍ଟି ହୋଇଥିଲା। ସକାଳୁ ଏ କଥା ଜଣାପଡିବା ପରେ ସ୍ଥାନୀୟ ଲୋକମାନେ ଏ ସଂକ୍ରାନ୍ତରେ ଆଇଓସିଏଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଖବର ପାଇବା ପରେ ଆଇଓସିଏଲ୍‌ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚତ୍ ମରାମତି କାର୍ଯ୍ୟ ଆରମ୍ଭ କରିଥିଲେ। ଏଥିସହିତ ମାଟି ଉପରେ ଭାସୁଥିବା ଡିଜେଲକୁ ସଂଗ୍ରହ କରି ଟ୍ୟାଙ୍କର ସାହାଯ୍ୟରେ କମ୍ପାନୀକୁ ନିଆଯାଇଥିଲା। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଯଦିଓ ଏହି ଡିଜେଲ କୌଣସି ଚାଷଜମିରେ ମାଡି ନ ଥିଲା। କିନ୍ତୁ ଡିଜେଲ ଭାସୁଥିବା ସ୍ଥାନଠାରୁ ଅଳ୍ପ ଦୂରରେ ଚାଷ ଜମି ରହିଛି। ଖବର ପାଇ ସମ୍ପୂର୍ଣ୍ଣ ଅଞ୍ଚଳର ଲୋକମାନେ ସେଠାରେ ରୁଣ୍ଡ ହୋଇଥିଲେ। ବିଭାଗୀୟ କର୍ତ୍ତୃପକ୍ଷଙ୍କ ତୁରନ୍ତ ପଦକ୍ଷେପ ଯୋଗୁ ଲୋକମାନେ ଏକ ବଡ଼ ବିପଦରୁ ରକ୍ଷା ପାଇଛନ୍ତି ବୋଲି ଆଲୋଚ୍ୟ ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri