ନାଗାବଳୀ ନଦୀ ପୋଲରେ ଫାଟ

ରାୟଗଡ଼ା,୩।୮(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ୩ ଦିନ ତଳେ ଏକ କଲଭର୍ଟ ଭୁଶୁଡ଼ି ୫ଜଣଙ୍କ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଲିଭି ନ ଥିବାବେଳେ ବ୍ଲକରେ ଥିବା ନାଗାବଳୀ ନଦୀ ପୋଲରେ ଫାଟ ସୃଷ୍ଟି ହୋଇଛି। ଲଗାଣ ବର୍ଷାରେ ନବନିର୍ମିତ ଏହି ପୋଲ ଦବିବା ସହିତ ଗାର୍ଡୱାଲର ବିଭିନ୍ନ ସ୍ଥାନ ଫାଟି ଆଁ କରିଛି। ଫଳରେ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଥିବାବେଳେ ପୋଲର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ ଉଠିଛି।
ଦୀର୍ଘ ୨ ବର୍ଷ ହେବ ସିକରପାଇଠାରୁ କଲ୍ୟାଣସିଂହପୁର ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ନୂତନ ରାସ୍ତା ଓ ପୋଲ ନିର୍ମାଣ କାମ ଚାଲିଛି। ପୂର୍ତ୍ତ ବିଭାଗ ପକ୍ଷରୁ ୬ କୋଟି ୮୪ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି ପୋଲ ଗତ ଜୁନ୍‌ ମାସରେ ଶେଷ ହୋଇଥିଲା। ରାସ୍ତା କାମ ଏଯାବତ ଶେଷ ହୋଇନାହିଁ। ନିମ୍ନମାନର କାମ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଯଦି ପୋଲ ଭାଙ୍ଗିଯାଏ, ତେବେ କଲ୍ୟାଣସିଂହପୁର ଓ ଏହାର ଆଖପାଖ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଦେଖାଦେଇଛି। ଅନ୍ୟପକ୍ଷରେ ୨୦୧୭ ମସିହାର ଭୟାବହ ବନ୍ୟା ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ପୁଣି ଥରେ ପୋଲ ଦବିବା ଘଟଣା ଚିନ୍ତା ବଢ଼ାଇଛି। ନିମ୍ନମାନର କାମ ନେଇ ପୂର୍ବରୁ ଠିକାଦାର ଓ ଯନ୍ତ୍ରୀ ରାଜୀବ ବେହେରାଙ୍କୁ ଅବଗତ କରାଇଯାଇଥିଲେ ମଧ୍ୟ କାମର ଗୁଣବତ୍ତା ଉପରେ ଧ୍ୟାନ ଦିଆଯାଇ ନ ଥିବା କଲ୍ୟାଣସିଂପୁର ନିବାସୀ ଦିବ୍ୟରଞ୍ଜନ ପାଢ଼ୀ କହିଛନ୍ତି। ପୋଲରେ ଫାଟ ସୃଷ୍ଟି ହୋଇଥିବା ନେଇ ପୂର୍ତ୍ତ ବିଭାଗ ଜାଣିବା ପରେ ବୁଧବାର ଏକ ଟିମ୍‌ ଘଟଣାସ୍ଥଳ ପରିଦର୍ଶନ କରିବା ସହ ଆବଶ୍ୟକ ପଦକ୍ଷେପ ନିଆଯାଇଥିବା ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅମ୍ବିକେୟ ମିଶ୍ର କହିଛନ୍ତି। ପ୍ରବଳ ବର୍ଷା ଯୋଗୁ ସ୍ଥିତି ଯାଞ୍ଚ ଠିକ୍‌ ଭାବେ ହୋଇପାରି ନାହିଁ ବୋଲି ସେ କହିଛନ୍ତି। ଏ ନେଇ ଦାୟିତ୍ୱରେ ଥିବା ପୂର୍ତ୍ତ ବିଭାଗ ଯନ୍ତ୍ରୀ ରାଜୀବ ବେହେରାଙ୍କୁ ଯୋଗାଯୋଗ କରିଥିଲେ ହେଁ ସେ ଫୋନ ଉଠାଇ ନ ଥିଲେ। ତେଣୁ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri