Posted inଜାତୀୟ

ନିର୍ବାଚନ ପୂର୍ବରୁ ବିରୋଧୀ ଏକତାରେ ଫାଟ, ଟିଏମ୍‌ସି କହିଲା କଂଗ୍ରେସ କରୁଛି ‘ଏକଲା ଚଲୋ ରେ’ ଯୋଜନା…

ନୂଆଦିଲ୍ଲୀ,୨୨।୧ : ଲୋକସଭା ନିର୍ବାଚନ ୨୦୨୪ରେ ଅନୁଷ୍ଠିତ ହେବ। ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ସରକାରଙ୍କୁ କ୍ଷମତାଚ୍ୟୁତ କରିବାକୁ ଚାହୁଁଛନ୍ତି। ଏଭଳି ପରିସ୍ଥିତିରେ ପୁଣି ଥରେ ବିରୋଧୀ ଏକତାର ସ୍ଲୋଗାନ ଉଠିବା ଆରମ୍ଭ ହୋଇଛି। ନିକଟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ(କେସିଆର)ଙ୍କ ମେଗା ରାଲିରେ ଏହାର ଝଲକ ଦେଖିବାକୁ ମିଳିଥିଲା।

ଏହି ସମାବେଶରେ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କଠାରୁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗବନ୍ତ ମନ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏହି ରାଲି ମାଧ୍ୟମରେ ଦେଶକୁ ବିରୋଧୀ ଏକତା ଏବଂ ଭାଜପାକୁ ଏକ ବଡ଼ ବାର୍ତ୍ତା ଦେବାକୁ ଚେଷ୍ଟା କରାଯାଇଥିଲା। ତେବେ ନିର୍ବାଚନ ପୂର୍ବରୁ ଦେଶର ସର୍ବ ପୁରାତନ ଦଳ କଂଗ୍ରେସର ଆଭିମୁଖ୍ୟ ବିରୋଧୀ ଏକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

କଂଗ୍ରେସ ‘ଏକଲା ଚଲୋ ରେ’ ରାସ୍ତାରେ ଯାଉଥିବା ବିରୋଧୀ ଏକତା କହିଛି। ଫଳରେ ନିର୍ବାଚନ ପୂର୍ବରୁ ବିରୋଧୀ ଏକତାରେ ଫାଟ ସୃଷ୍ଟି ହୋଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। କେସିଆରଙ୍କ ରାଲିରେ ଯୋଗ ଦେଇଥିବା ଟିଏମସି ନେତା କୁନାଲ ଘୋଷ ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକୁଟିଆ ଯାଉଥିବାର ଅଭିଯୋଗ କରିଥିଲେ। ସେ କହିଥିଲେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ବିରୋଧୀ ଦଳ ମଧ୍ୟରେ ଏକ ସମନ୍ବୟ ୍‌ଏବଂ ଅନ୍ୟ ରାଜ୍ୟରେ ମିଳିତ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ତେବେ କଂଗ୍ରେସ ଦଳ ଏହାର ଜବାବ ଦେଇନାହିଁ। ଏହି ପ୍ରସଙ୍ଗରେ କଂଗ୍ରେସ ଦଳ ଏକାକୀ ଆଗକୁ ବଢ଼ିବାକୁ ଚେଷ୍ଟା କରୁଛି । ଏହି ମର୍ମରେ କଂଗ୍ରେସ ଭାରତ ଯୋଡ଼ୋ ଯାତ୍ରାର ଦ୍ୱିତୀୟ ପର୍ଯ୍ୟାୟ ଘୋଷଣା କରିଛି। ଏହାକୁ ହାଥ ସେ ହାଥ ଯୋଡୋ ଅଭିଯାନ କୁହାଯାଉଛି। ଏହାର ଲୋଗୋ ମଧ୍ୟ ଉନ୍ମୋଚିତ ହୋଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri