Posted inଜାତୀୟ

ନିର୍ବାଚନ ପୂର୍ବରୁ ବିରୋଧୀ ଏକତାରେ ଫାଟ, ଟିଏମ୍‌ସି କହିଲା କଂଗ୍ରେସ କରୁଛି ‘ଏକଲା ଚଲୋ ରେ’ ଯୋଜନା…

ନୂଆଦିଲ୍ଲୀ,୨୨।୧ : ଲୋକସଭା ନିର୍ବାଚନ ୨୦୨୪ରେ ଅନୁଷ୍ଠିତ ହେବ। ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ସରକାରଙ୍କୁ କ୍ଷମତାଚ୍ୟୁତ କରିବାକୁ ଚାହୁଁଛନ୍ତି। ଏଭଳି ପରିସ୍ଥିତିରେ ପୁଣି ଥରେ ବିରୋଧୀ ଏକତାର ସ୍ଲୋଗାନ ଉଠିବା ଆରମ୍ଭ ହୋଇଛି। ନିକଟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ(କେସିଆର)ଙ୍କ ମେଗା ରାଲିରେ ଏହାର ଝଲକ ଦେଖିବାକୁ ମିଳିଥିଲା।

ଏହି ସମାବେଶରେ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କଠାରୁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗବନ୍ତ ମନ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏହି ରାଲି ମାଧ୍ୟମରେ ଦେଶକୁ ବିରୋଧୀ ଏକତା ଏବଂ ଭାଜପାକୁ ଏକ ବଡ଼ ବାର୍ତ୍ତା ଦେବାକୁ ଚେଷ୍ଟା କରାଯାଇଥିଲା। ତେବେ ନିର୍ବାଚନ ପୂର୍ବରୁ ଦେଶର ସର୍ବ ପୁରାତନ ଦଳ କଂଗ୍ରେସର ଆଭିମୁଖ୍ୟ ବିରୋଧୀ ଏକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

କଂଗ୍ରେସ ‘ଏକଲା ଚଲୋ ରେ’ ରାସ୍ତାରେ ଯାଉଥିବା ବିରୋଧୀ ଏକତା କହିଛି। ଫଳରେ ନିର୍ବାଚନ ପୂର୍ବରୁ ବିରୋଧୀ ଏକତାରେ ଫାଟ ସୃଷ୍ଟି ହୋଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। କେସିଆରଙ୍କ ରାଲିରେ ଯୋଗ ଦେଇଥିବା ଟିଏମସି ନେତା କୁନାଲ ଘୋଷ ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକୁଟିଆ ଯାଉଥିବାର ଅଭିଯୋଗ କରିଥିଲେ। ସେ କହିଥିଲେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ବିରୋଧୀ ଦଳ ମଧ୍ୟରେ ଏକ ସମନ୍ବୟ ୍‌ଏବଂ ଅନ୍ୟ ରାଜ୍ୟରେ ମିଳିତ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ତେବେ କଂଗ୍ରେସ ଦଳ ଏହାର ଜବାବ ଦେଇନାହିଁ। ଏହି ପ୍ରସଙ୍ଗରେ କଂଗ୍ରେସ ଦଳ ଏକାକୀ ଆଗକୁ ବଢ଼ିବାକୁ ଚେଷ୍ଟା କରୁଛି । ଏହି ମର୍ମରେ କଂଗ୍ରେସ ଭାରତ ଯୋଡ଼ୋ ଯାତ୍ରାର ଦ୍ୱିତୀୟ ପର୍ଯ୍ୟାୟ ଘୋଷଣା କରିଛି। ଏହାକୁ ହାଥ ସେ ହାଥ ଯୋଡୋ ଅଭିଯାନ କୁହାଯାଉଛି। ଏହାର ଲୋଗୋ ମଧ୍ୟ ଉନ୍ମୋଚିତ ହୋଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri