ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭଦ୍ରକ ଟାଉନ ହଲରେ ଆୟୋଜିତ ହେଉଥିବା ବେଳେ ଆଉ ଏକ ଗୋଷ୍ଠୀ ଏହାକୁ ବିରୋଧ କରିଛନ୍ତି।

ସକାଳେ ଟାଉନ ହଲ ଗେଟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏହା ଅଗଣତାନ୍ତ୍ରିକ ବୋଲି ପ୍ରକାଶ କରିଛନ୍ତି। କାର୍ଯ୍ୟ ଦିବସରେ ସ୍କୁଲରେ ପାଠ ନ ପଢ଼ାଇ କାର୍ଯ୍ୟକ୍ରମ କରିବାକୁ ବିରୋଧ କରିଛନ୍ତି l ଫେଡେରେସନ ନାଁରେ ପଞ୍ଜିକରଣକୁ ବ୍ୟବହାର କରି କାର୍ଯ୍ୟକ୍ରମ କରାଯାଉଛି l ସେମାନଙ୍କ ନିକଟରେ ସଂଘର କୌଣସି କାଗଜ ପତ୍ର ନ ଥିଲା ବେଳେ ହଠାତ ଜିଲା ସଭାପତି ଓ ସମ୍ପାଦକ ମନୋନୀତ କରାଯାଇଛି। ସଂଘରୁ ବହିଷ୍କାର କରାଯାଇଥିବା ଲୋକଙ୍କୁ ନେଇ କାର୍ଯ୍ୟକ୍ରମକୁ ବିରୋଧ କରାଯାଉଛି ବୋଲି ଫେଡେରେସନର ମହା ସଚିବ ଚାରୁଲତା ମହାପାତ୍ର କହିଛନ୍ତି। ପୂର୍ବରୁ ଉଭୟ ଗୋଷ୍ଠୀ ଖବରଦାତା ସମ୍ମିଳନୀ କରି ପରସ୍ପର ବିରୋଧରେ ବିଷୋଦ୍‌ଗାର କରିଥିଲେ l ଆଜି ଏହାର ପ୍ରତିଫଳନ ଟାଉନ ହଲ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଛି l

ବିରୋଧ କାର୍ଯ୍ୟକ୍ରମରେ ଶିକ୍ଷୟତ୍ରୀ ଶିକ୍ଷକ ସସ୍ମିତା ମହାନ୍ତି, ସୁପ୍ରିତି ଖୁଣ୍ଟିଆ, ଗୌରୀ ଶତପଥୀ, କନକ କାନ୍ତି ମିଶ୍ର,ସମୀର ଜେନା, ବାବୁଲା ରାଉତ, ରାଜେଶ ଦାଶ, ବଂଶୀଧର ଦାଶ, ମାୟାଧର ସାହୁ, ରାଧାଶ୍ୟାମ ବାରିକ, ଷ୍ଟାଲିନ ଦାଶ, ମୁକ୍ତିକାନ୍ତ ପଣ୍ଡା, ଲଷ୍ମୀଧର ଦାଶ, ଗିରିଧାରୀ ଚନ୍ଦ, ଅରୁଣ ମଲ୍ଲିକ ପ୍ରମୁଖ ସାମିଲ ହୋଇଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri