ମରାମତିର ୨ ମାସ ନ ପୂରୁଣୁ ରାସ୍ତାରେ ଖାଲ

ନାଉଗାଁ,୧୯।୨(ସ୍ବ.ପ୍ର): ନାଉଗାଁ ବ୍ଳକ ଅନ୍ତର୍ଗତ ଶିଖରଘାଟ-ବାଲି ଭଉଁରି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ୨ ମାସ ପୂର୍ବେ ବିଭାଗ ପକ୍ଷରୁ ମରାମତି କରାଯାଇଥିଲା। ମାତ୍ର ଏବେ ପୁଣି ରାସ୍ତା ଦବି ଖାଲ ସୃଷ୍ଟି ହୋଇଛି। ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ଏହି ରାସ୍ତା କାର୍ଯ୍ୟ କରାଯାଇଥିବାବେଳେ ଅଧିକାଂଶ ସ୍ଥାନରେ ପିଚୁ ଉଠିଯାଇଛି। ନିମ୍ନମାନର କାମ ଯୋଗୁ ରାସ୍ତାର ଏପରି ଅବସ୍ଥା ହୋଇଥିବା ସାଧାରଣରେ ଚର୍ଚ୍ଚା ହୋଇଛି।
ନାଉଗଁା ବଜାରଠାରେ ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ଏହି ଗୋଟିଏ ପାର୍ଶ୍ୱ ଦବି ଖାଲ ସୃଷ୍ଟି ହୋଇଛି। ସେହିପରି ବ୍ଲକ କାର୍ଯ୍ୟାଳୟ ଛକ ନିକଟରେ ମଧ୍ୟ ଏହି ରାସ୍ତାରେ ଏକ ଖାଲ ହୋଇଥିବା ଜଣାପଡ଼ିଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ରାସ୍ତାଟି ନାଉଗଁା ବ୍ଲକର ମୁଖ୍ୟ ରାସ୍ତା ହୋଇଥିବାବେଳେ ପୁରୀ, ଜଗତ୍‌ସିଂହପୁର, କଟକ, ପାରାଦୀପ ଓ ଅସ୍ତରଙ୍ଗ ଆଦି ସ୍ଥାନକୁ ସଂଯୋଗ କରୁଛି। ଏହି ରାସ୍ତା ଦେଇ ପ୍ରତ୍ୟହ ଯାତ୍ରୀବାହୀ,ମାଲବାହୀ,ଗାଡି ଯିବା ଆସିବା କରିଥାନ୍ତି। ତା’ସହିତ ଦେବୀ ନଦୀରେ ଥିବା ବାଲି ସଇରାତରୁ ବାଲି ବୋଝେଇ ଗାଡି ଏହି ରାସ୍ତା ଦେଇ ବିଭିନ୍ନ ସ୍ଥାନକୁ ଯାଇଥାଏ। ଏହି ରାସ୍ତା ବ୍ଲକର ମୁଖ୍ୟ ସଂଯୋଗକାରୀ ରାସ୍ତା ହୋଇଥିବାବେଳେ ୭୦୦ ମିଟର ରାସ୍ତା ପାଇଁ ୧୫ ଲକ୍ଷ ବ୍ୟୟ ହୋଇଛି। ଗୋଟିଏ ବର୍ଷରେ ଏହି ରାସ୍ତା ୨ ଥର ମରାମତି କରାଯାଇଛି। ବାରମ୍ବାର ରାସ୍ତା ମରମତି କରାଯାଉଥିବାବେଳେ ଖୁବ କମ୍‌ ଦିନରେ ଖରାପହୋଇ ଯାଉଥିବାରୁ ଏହାର କାର୍ଯ୍ୟକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାସ୍ତା ଦବିବା ଫଳରେ ରାତିରେ ମାଲବାହୀ ଗାଡି ଯାତାୟାତ ସମୟରେ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ଉକ୍ତ ରାସ୍ତା ପାଇଁ ପୁନର୍ବାର କାର୍ଯ୍ୟ କରିବାକୁ ପ୍ରଶାସନ ନିକଟରେ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ବଳରାମ ସ୍ବାଇଁ କହିଛନ୍ତି, ସମ୍ପୃକ୍ତ ଠିକାଦାରଙ୍କୁ କୁହାଯାଇ ପୁନର୍ବାର ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri