ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ ପୁନର୍ବାର ଭକ୍ତମାନେ ଶ୍ରୀମନ୍ଦିରରେ ଚାରିଦ୍ୱାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିବେ। ତେବେ ସେବକ ତଥା ତାଙ୍କ ପରିବାରବର୍ଗ ସମସ୍ତ ଦ୍ୱାରରେ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ। ନାଟମଣ୍ଡପଠାରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ରହିଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟିର ପରାମର୍ଶ ଓ ଅନୁମୋଦନ ପରେ ନାଟମଣ୍ଡପରେ ହେବାକୁ ଥିବା ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଶୁକ୍ରବାର ସୂଚନା ଦିଆଯାଇଛି।
ପବିତ୍ର କାର୍ତ୍ତିିକ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଅନୁଷ୍ଠିତ ହୋଇଥିଲା। ଏହି ବେଶ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଥିଲା। ସେହିପରି ଲୋକେ ସମୁଦ୍ର ଓ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇଥିଲେ। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ହବିଷିଆଳିମାନେ ଏଠାକୁ ଆସି ଗତ ଏକମାସ ଧରି କାର୍ତ୍ତିକ ବ୍ରତ କରୁଥିଲେ। ଶୁକ୍ରବାର ବ୍ରତ ସମାପନ ପରେ ସେମାନେ ଶ୍ରୀକ୍ଷେତ୍ରରୁ ବିଦାୟ ନେଇଛନ୍ତି। ସୂଚନା ଅନୁଯାୟୀ, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ତ୍ତିକ ମାସରେ ଚାରିଦ୍ୱାର ମଧ୍ୟରୁ ଦୁଇଟି ଦ୍ୱାରରେ ପ୍ରବେଶ ଓ ଅନ୍ୟ ଦୁଇ ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଥିଲା। କାର୍ତ୍ତିକ ପ୍ରତିପଦାଠାରୁ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଭକ୍ତମାନେ ଦୁଇଟି ଦ୍ୱାର ଦେଇ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଅନ୍ୟ ଦୁଇ ଦ୍ୱାର ଦେଇ ପ୍ରସ୍ଥାନ କରୁଥିଲେ। ତେବେ ପଞ୍ଚକଠାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ଅଧିକ ହେବାର ସମ୍ଭାବନା ଥିବାରୁ ଏକାଦଶୀଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ କେବଳ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ ଅନୁମତି ରହିଥିଲା। ଭକ୍ତମାନେ ସିଂହଦ୍ୱାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନିଦ୍ୱାର ଦେଇ ପ୍ରସ୍ଥାନ କରୁଥିଲେ। ତେବେ କାର୍ତ୍ତିକ ମାସ ଶେଷହୋଇଥିବାରୁ ଭକ୍ତଙ୍କ ସଂଖ୍ୟା କମ୍‌ ରହିବ। ତେଣୁ କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍‌ପି ବିନୀତ ଅଗ୍ରୱାଲଙ୍କ ସମେତ ଶ୍ରୀମନ୍ଦିର ଓ ପୋଲିସ ପ୍ରଶାସନର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ନେଇ ଆଲୋଚନା ହୋଇଥିଲା। ପଞ୍ଚକ ଗହଳି ଆଉ ନ ଥିବାରୁ ନଭେମ୍ବର ୧୬ରୁ ଭକ୍ତମାନେ ଚାରିଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?