Posted inଜାତୀୟ

ଫଳାଫଳ ପୂର୍ବରୁ ଏମ୍‌ଭିଏରେ ଫାଟ: ମୁହାଁମୁହିଁ ହେଲେ ସଞ୍ଜୟ-ନାନା ପାଟୋଲେ

ପୁଣେ,୨୧।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ମତଦାନ ବୁଧବାର ଶେଷ ହୋଇଛି। ଏହାର ଗୋଟିଏ ଦିନ ପରେ ରାଜ୍ୟ ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ନେତା ନାନା ପାଟୋଲ ଏବଂ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଯଦିଓ ମହାବିକାଶ ଅଗାଡି (ଏମ୍‌ଭିଏ) ରାଜ୍ୟରେ ସରକାର ଗଠନ କରିବାକୁ ଦାବି କରୁଛି, କିନ୍ତୁ ଫଳାଫଳ ପୂର୍ବରୁ ମଧ୍ୟ ଏମଭିଏରେ ମତଭେଦ ଦେଖାଦେଇଛି।

ଭୋଟ ଶେଷ ହେବା ପରେ, ଏକଜିଟ ପୋଲର ଫଳାଫଳ ଆସିଥିଲା, ଅଧିକାଂଶ ଏକଜିଟ ପୋଲରେ ଭାଜପା ନେତୃତ୍ୱାଧୀନ ମହାୟୁତି ସହଯୋଗୀ ଦଳ ସରକାର ଗଠନ କରିବେ ବୋଲି ପୂର୍ବାନୁମାନ କରାଯାଇଥିଲା। ଏକଜିଟ ପୋଲ ଫଳାଫଳ ପରେ ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲେ କହିଛନ୍ତି, କଂଗ୍ରେସ ନେତୃତ୍ୱରେ ମହାରାଷ୍ଟ୍ରରେ ମହା ବିକାଶ ଆଗଡି (ଏମଭିଏ) ସରକାର ଗଠନ ହେବ।

ସଞ୍ଜୟ ରାଉତ ତୁରନ୍ତ ଏହି ବିବୃତ୍ତିକୁ ଖାରଜ କରିଛନ୍ତି। ସେ କହିଛନ୍ତି, ମୁଁ ଏହାକୁ ଗ୍ରହଣ କରିବି ନାହିଁ ଏବଂ କେହି ଏହାକୁ ଗ୍ରହଣ କରିବେ ନାହିଁ। ନାନା ପାଟୋଲେଙ୍କ ନିକଟରେ କଂଗ୍ରେସ କମାଣ୍ଡ ଅଛି କି ନାହିଁ ସେ ପ୍ରଥମେ କୁହନ୍ତୁ।

ସଞ୍ଜୟ ଆହୁରି ମଧ୍ୟ କହିଛନ୍ତି, କଂଗ୍ରେସର ବରିଷ୍ଠ ଅଧିକାରୀଙ୍କଠାରୁ ଏଭଳି ଘୋଷଣା ଆସିବା ଆବଶ୍ୟକ। କଂଗ୍ରେସ ହାଇକମାଣ୍ଡ କହିଛି ଯେ, ଯଦି ଆପଣ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି, ତେବେ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ସୋନିଆ ଗାନ୍ଧୀ ଏହାକୁ ଘୋଷଣା କରିବା ଉଚିତ୍‌।

ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଆସନ ବଣ୍ଟନ ନେଇ ଦୁଇ ଦଳ ମଧ୍ୟରେ ମତଭେଦ ରହିଥିଲା। ବ୍ୟାପକ ଆଲୋଚନା ପରେ ସହମତି ହାସଲ କରିବା ସତ୍ତ୍ୱେ, ଏମ୍‌ଭିଏ ସହଯୋଗୀମାନେ ନେତୃତ୍ୱ ପ୍ରଶ୍ନର ସମାଧାନ କରି ନ ଥିଲେ।

ବୁଧବାର ଗୋଟିଏ ପର୍ଯ୍ୟାୟରେ ୨୮୮ଟି ଆସନରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ନଭେମ୍ବର ୨୩ ଶନିବାର ଦିନ ଭୋଟ ଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri