ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି ଏକ ମାମଲାର ଜାମିନ (ବେଲ୍) ସମ୍ପର୍କିତ କାର୍ଯ୍ୟ ସାରି ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ ସ୍ଥାନୀୟ ବଜାର ନିକଟରୁ ରାୟଗଡ଼ା ପୋଲିସ ତାଙ୍କୁ ଉଠାଇ ନେଇଥିଲା। ଚାରିଟି ବୋଲେରୋ ଗାଡ଼ି ଯୋଗେ ତାଙ୍କୁ କଲ୍ୟାଣସିଂହପୁର ଥାନା ଦେଇ ରାୟଗଡ଼ା ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ନିଆଯାଇଥିବା ଜଣାପଡ଼ିଛି।

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପାରସାଲି ପଞ୍ଚାୟତ ଅନ୍ତର୍ଗତ ଲାଖପଦର ଗ୍ରାମର ବାସିନ୍ଦା ଲୋଦ ସିକାକା ଦୀର୍ଘ ବର୍ଷ ଧରି ନିୟମଗିରି ପାହାଡ଼ ସୁରକ୍ଷା ତଥା ବେଦାନ୍ତ ଆଲୁମିନା କମ୍ପାନୀ ବିରୋଧରେ ଚାଲିଥିବା ଜନଆନ୍ଦୋଳନର ନେତୃତ୍ୱ ନେଇ ଆସୁଛନ୍ତି। ତାଙ୍କ ନାମରେ ରାୟଗଡ଼ା ଓ କଳାହାଣ୍ଡି ଜିଲାରେ ଏକାଧିକ ମାମଲା ରହିଛି। ବିଶେଷ କରି ୨୦୧୭ ମସିହାର ସିଟି କେସ୍ ନମ୍ବର ୩୪୯/୨୦୧୭ ରେ ଆଇପିସିର ବିଭିନ୍ନ ଧାରା ସମେତ Cr.L.A. ଆଇନର ଧାରା ୭ ଅଧୀନରେ ମାମଲା ରୁଜୁ ହୋଇଛି।

ପୂର୍ବରୁ ଜାରି ହୋଇଥିବା ଗିରଫ ପରୱାନା ସତ୍ତ୍ୱେ ସେ ଧରାପଡ଼ି ନଥିବାରୁ, ଲାଞ୍ଜିଗଡ଼ ଜେଏମଏଫସି (JMFC) କୋର୍ଟ ଧାରା ୮୨ ଅନୁଯାୟୀ ଘୋଷଣାନାମା ଜାରି କରିଥିଲେ। ଏଥିସହ ସିଆରପିସି ଧାରା ୮୩ ଅନୁଯାୟୀ ତାଙ୍କ ସମ୍ପତ୍ତି ବାଜ୍ୟାପ୍ତି କରିବା ପାଇଁ କଲ୍ୟାଣସିଂହପୁର ଥାନା ଅଧିକାରୀ ଓ ରାୟଗଡ଼ା ଏସପିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଏହି ଘଟଣା ସମ୍ପର୍କରେ ସତ୍ୟାସତ୍ୟ ଜାଣିବା ପାଇଁ ରାୟଗଡ଼ା ଏସପିଙ୍କ ସହ ଟେଲିଫୋନ ଯୋଗେ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସେ ଫୋନ୍ ନ ଉଠାଇବାରୁ ପୋଲିସ ପକ୍ଷରୁ କୌଣସି ଆନୁଷ୍ଠାନିକ ପ୍ରତିକ୍ରିୟା ମିଳିପାରି ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?