୩ ବର୍ଷ ନ ପୂରୁଣୁ ରାସ୍ତା ଫାଟି ଆଁ

ବୁଗୁଡ଼ା,୨୬।୧୦(ଡି.ଏନ.ଏ.): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ୩ ବର୍ଷ ନ ପୁରୁଣୁ ଫାଟି ଆଁ ହୋଇଗଲାଣି। ଏମିତି ଅବସ୍ଥା ଦେଖିବାକୁ ମିଳିଛି ବୁଗୁଡ଼ା ବୁଦ୍ଧଖୋଲ ରାସ୍ତାଠାରୁ ଆଦିପୁର ଗ୍ରାମକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତାରେ। ୨୦୧୮ ରେ ସମୁଦାୟ ୧ କି.ମି.୨୮୦ ମିଟର ବିଶିଷ୍ଟ ରାସ୍ତା ପାଇଁ ୪୬ ଲକ୍ଷ ୯୮ ହଜାର ଟଙ୍କା ବ୍ୟୟ କରାଯାଇ ୨୦୧୯ ରେ କାର୍ଯ୍ୟ ଶେଷ ହୋଇଥିଲା। ତେବେ ଦୀର୍ଘ ଦିନ ହେଲା ଏହି ରାସ୍ତାର ବିଭିନ୍ନ ସ୍ଥାନରୁ ପିଚୁ ଉଠି ଅବସ୍ଥା ଶୋଚନୀୟ ହୋଇପଡିଛି। ଫଳରେ ସ୍କୁଲ, କଲେଜକୁ ଆସୁଥିବା ଛାତ୍ରୀଛାତ୍ରଙ୍କ ସମେତ ଜନସାଧାରଣ ନାନା ଅସୁବିଧାର ସମ୍ମୁଖୀନ ହେବା ସହ ଖରାପ ରାସ୍ତା ଯୋଗୁ ଦୁର୍ଘଟଣା ମଧ୍ୟ ଘଟୁଛି। ୨୦୨୪ ପର୍ଯ୍ୟନ୍ତ ମରାମତି ଦାୟିତ୍ୱ ସମ୍ପୃକ୍ତ ଠିକାଦାରର ହୋଇଥିଲେ ହେଁ ଏଥିପ୍ରତି କେହି ଗୁରୁତ୍ୱ ଦେଉନଥିବା ଜଣାପଡିଛି। ଦୀର୍ଘ ୨ ବର୍ଷ ହେଲା ଏଠାରେ କୌଣସି ସ୍ଥାୟୀ ଯନ୍ତ୍ରୀ ନ ଥିବା ବେଳେ ବୁଗୁଡ଼ା ନିକଟ ଷୋଳମାଇଲିଠାରେ ଥିବା ବିଭଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୂତକୋଠି ପାଲଟି ଗଲାଣି। ପୁରୁଷୋତ୍ତମପୁର ଯନ୍ତ୍ରୀ ବୁଗୁଡ଼ା ଅତିରିକ୍ତ ଦାୟିତ୍ୱରେ ଥିବା ବେଳେ ଦୀର୍ଘ ଦିନ ହେଲା ଯନ୍ତ୍ରୀଙ୍କ ଦେଖା ମିଳୁ ନ ଥିବାରୁ ଲୋକେ କାହାକୁ ଅଭିଯୋଗ କରିବେ ଜାଣି ପାରୁନାହାନ୍ତି। ଏ ନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ପଚରା ଯିବାରେ ସମ୍ପୃକ୍ତ ଠିକାଦାରଙ୍କୁ ମରାମତି ପାଇଁ ଚିଠି ହୋଇଛି। ଯଦି ସେ ନ କରନ୍ତି ତା’ହେଲେ ତାଙ୍କର ସିକ୍ୟୁରିଟି ଟଙ୍କାରୁ ମରାମତି କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri