ଫାଟିଲା ପର୍ଯ୍ୟଟକଙ୍କ କାର୍‌ ଚକା, ୩ ଗୁରୁତରଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ର ନେଲେ ଲକ୍ଷ୍ମୀ ବସ୍‌ କର୍ମଚାରୀ

ପଟାଙ୍ଗି,୨୨ା୧୧(ଶରତ ଧଳ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ଦେଓମାଳି ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସି ଏକ କାର୍‌ ଦୁର୍ଘଟଣା ହୋଇ ଅଳ୍ପକେ ପର୍ଯ୍ୟଟକମାନେ ବଞ୍ଚି ଯାଇଥିବାବେଳେ ୩ ପର୍ଯ୍ୟଟକ ଗୁରୁତର ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ଏହି ଦୁର୍ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୋଟିଆ ପଞ୍ଚାୟତ ଅଧୀନରେ ରହିଥିବା ଦେଓମାଳି ପର୍ଯ୍ୟଟନସ୍ଥଳୀ ଘାଟିରେ ଘଟିଛି।

ସୂଚନା ମୁତାବକ, ଗୁରୁବାର ଭବାନୀପାଟଣାର ଜୟପଟଣାରୁ ୯ ଯୁବ ପର୍ଯ୍ୟଟକ ଏକ କାର୍‌ ନଂ ଓଡି ୩୩ ଏଲ୍‌ ୮୯୭୮ ଯୋଗେ ଦେଓମାଳି ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଯାଇଥିଲେ। ସେଠାରେ ପହଞ୍ଚି ରାତ୍ରିଯାପନ କରି ଭୋର୍‌ରୁ ଉକ୍ତ ପର୍ଯ୍ୟଟନସ୍ଥଳୀରେ ସୂର୍ଯ୍ୟ ଉଦୟର ମଜା ଉଠାଇ ଘାଟି ରାସ୍ତାରେ କାର୍‌ ନେଇ ଫେରୁଥିଲେ। ଏହି ସମୟରେ କାର୍‌ର ଚକା ଫାଟି ଯିବାରୁ କାର୍‌ଟି ଭାରସାମ୍ୟ ହରାଇ ଘାଟି ରାସ୍ତାର ଏକ ଖାଲକୁ ଖସିପଡ଼ିଥିଲା। ଯାହାଫଳରେ ୯ ପର୍ଯ୍ୟଟକ କାର୍‌ ଭିତରେ ଫସି ରହିଯାଇଥିଲେ।

ଏହି ସମୟରେ ଦୁର୍ଘଟଣା ସ୍ଥଳ ଦେଇ କୋଟିଆରୁ ପଟ୍ଟାଙ୍ଗି ଅଭିମୁଖେ ଆସୁଥିବା ଲକ୍ଷ୍ମୀ ବସ୍‌ ଘଟଣାସ୍ଥଳରେ ଅଟକି ବସ୍‌ ଚଲାଉଥିବା ଓଡ଼ିଶା ମୋଟର ଚାଳକ ସଂଘର ପଟ୍ଟାଙ୍ଗି ଶାଖାର ଉପସଭାପତି ତଥା ଡ୍ରାଇଭର କିଶୋର ମାଛଙ୍କ ସମେତ ବସ୍‌ର ଅନ୍ୟ କର୍ମଚାରୀ କାର ଭିତରେ ଫସି ରହିଥିବା ସମସ୍ତ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ଗୁରୁତର ନେତ୍ର ରାଉତ, ବିନୋଦ ରାଉତ ଏବଂ ଲକି ରାଉତଙ୍କୁ ବସ୍‌ ଯୋଗେ ପଟ୍ଟାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ପ୍ରାଥମିକ ଚିକିତ୍ସା କରିବାରେ ସହଯୋଗ କରିଥିଲେ। ଅନ୍ୟପକ୍ଷରେ ଦୁର୍ଘଟଣା ସ୍ଥାନଟି କୋଟିଆ ଥାନା ଅଧୀନରେ ଯାଉଥିବାବେଳେ କୋଟିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନ! ୧୭ ଅଗଷ୍ଟ ପର୍ଯ୍ୟନ୍ତ ରହିବନି କୌଣସି ପ୍ରକାରର ଟେନସନ, ୩ ରାଶିରେ ଟଙ୍କା ବର୍ଷା…

ଗ୍ରହରାଜ ସୂର୍ଯ୍ୟଦେବ, ଅଶ୍ଲେଷା ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଯାହାର ସ୍ୱାମୀ ନିଜେ ସ୍ୱୟଂ ବୁଧ ଦେବ ଅଟନ୍ତି । ଏହି ନକ୍ଷତ୍ରରେ ସୂର୍ଯ୍ୟ ଦେବ…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ଗ୍ରୀକ୍‌ ଓ ଭାରତୀୟ ନାଟ୍ୟକଳାରେ ବିବିଧତା

ଚୀନ ଗ୍ରୀସ୍‌ ଓ ଭାରତର ନାଟ୍ୟକଳା ଭଳି ଦୁଇଟି ମହାନ୍‌ ଶାସ୍ତ୍ରୀୟ ପରମ୍ପରା ମାଧ୍ୟମରେ ନାଟ୍ୟକଳାର ଇତିହାସ ପ୍ରାୟତଃ ବର୍ଣ୍ଣନା କରାଯାଏ। ଉଭୟ ପରମ୍ପରା କାହାଣୀ, ଅଭିନୟ,…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri