ପଥର ବ୍ଲାଷ୍ଟିଂରୁ ଘରେ ଫାଟ, ପ୍ରତିକାର ଦାବି

ହିଞ୍ଜିଳିକାଟୁ,୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ତହସିଲ ଅନ୍ତର୍ଗତ ସାହପୁର ପଞ୍ଚାୟତ ଅନ୍ତର୍ଗତ ହନ୍ତସ ଗ୍ରାମ ନିକଟସ୍ଥ ଖୋଳ ପାହାଡ଼ରୁ ବିପଜ୍ଜନକ ଭାବେ ପଥର ଫୁଟାଇବା ଫଳରେ ସ୍ଥାନୀୟ ଜନସାଧାରଣଙ୍କ ଜୀବନ ବିପଦାପନ୍ନ ହେଉଥିବା ସହ ପାହାଡ଼ ନିକଟସ୍ଥ ଘରର କାନ୍ଥ ଫାଟିଥିବା ଅଭିଯୋଗ ହୋଇଛି। ଜନସାଧାରଣଙ୍କ ଜୀବନ ସଙ୍କଟାପନ୍ନ ଅବସ୍ଥାରେ ଥିବାରୁ ଏହାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ ହିଞ୍ଜିଳିର ପୂର୍ବତନ ବିଧାୟକ ଉଦୟନାଥ ନାୟକ ଦାବି କରିଛନ୍ତି। ଜନସାଧାରଣଙ୍କ ଦାବିକୁ ଜିଲା ପ୍ରଶାସନ ନିକଟରେ ଜଣାଇଥିବା ପୂର୍ବତନ ବିଧାୟକ ନାୟକ ପ୍ରତିକ୍ରିୟାରେ କହିଛନ୍ତି। ପୂର୍ବରୁ ଗ୍ରାମର ଜନସାଧାରଣ ଗତ ମାସ ୨୩ରେ ବିପଜ୍ଜନକ ଭାବେ ପଥର ଫଟାଇବା ବନ୍ଦ କରିବା ଦାବିରେ ସ୍ଥାନୀୟ ଜନପ୍ରତିନିଧି ଏବଂ ହିଞ୍ଜିଳିକାଟୁ ତହସିଲଦାରଙ୍କୁ ଜଣାଇଥିଲେ। ତେବେ ଜନସାଧାରଣଙ୍କ ଦାବି ପୂରଣ ନ ହେବାରୁ ସେମାନେ ପୂର୍ବତନ ବିଧାୟକଙ୍କୁ ସମସ୍ୟା ସମ୍ପର୍କରେ ଜଣାଇଥିଲେ। ବିଧାୟକ ଗ୍ରାମବାସୀଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଦୀର୍ଘଦିନ ଧରି ଜନସାଧାରଣଙ୍କ ଦାବି ପ୍ରତି ପ୍ରଶାସନିକସ୍ତରରେ ଆଶସନା ପ୍ରଦାନ କରିଥିଲେ ମଧ୍ୟ ସୁଫଳ ମିଳୁନାହିଁ ବୋଲି ନାୟକ ଅଭିଯୋଗ କହିଛନ୍ତି। ଗଞ୍ଜାମ ଜିଲାପାଳଙ୍କୁ ସେ ଏହି ସମସ୍ୟାର ସମାଧାନ ପାଇଁ ଅନୁରୋଧ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?