ଲୁଣାନଦୀ ମାଟି ବନ୍ଧରେ ଫାଟ

ମହାକାଳପଡ଼ା,୧୪ ।୮(ଡି.ଏନ୍‌.ଏ.): ଲଘୁଚାପଜନିତ ଲଗାଣ ବର୍ଷା ଲାଗିରହିଛି ା ଏଥିସହିତ ହୀରାକୁଦ ଉପର ମୁଣ୍ଡରେ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ା ରାତି ୭ଟା ସୁଦ୍ଧା ୩୪ ଗେଟ୍‌ ଦେଇ ହୀରାକୁଦ୍‌ ଡ୍ୟାମ୍‌ରୁ ଜଳ ନିଷ୍କାସନ କରାଯାଉଥିବାରୁ ମହାନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି ା ଅପରପକ୍ଷେ ଗତ ଜୁନ୍‌ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଲୁଣାନଦୀ ଉତ୍ତର ପାର୍ଶ୍ୱ(ତେରଗାଁ ଘାଟ ସନ୍ନିକଟ)ରେ ଏକ ନୂତନ ବନ୍ଧ ନିର୍ମାଣ ସରିଛି ା ହେଲେ ସେହି ବନ୍ଧ କାର୍ଯ୍ୟରେ ଛୋଟ ଛୋଟ ପଥର ବ୍ୟବହାର କରାଯାଇଥିବାରୁ ସ୍ଥାନୀୟ ଗ୍ରାମବାସୀ ଏହାକୁ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି ା ଏହି ବନ୍ଧକୁ ନଦୀ ତଟବନ୍ଧ ବିଭାଗ ଆଳି ଡିଭିଜନ ପକ୍ଷରୁ ଟେଣ୍ଡର କରାଯାଇ ନିର୍ମାଣ କରାଯାଇଛି ା ଉକ୍ତ ବନ୍ଧ ନିର୍ମାଣ ବେଳେ ଉପରଭାଗ ବନ୍ଧରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା ା ପ୍ରବଳ ବନ୍ୟାରେ ଏହି ମାଟିବନ୍ଧ ପ୍ରଭାବିତ ହେବା ଆଶଙ୍କା ରହିଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି ା ମହାନଦୀ ଶାଖା ଗୁପ୍ତଗିରି ନଦୀରେ ବନ୍ୟାଜଳ ପ୍ରବେଶ କଲେ ସେହି ଅଞ୍ଚଳର ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ହୋଇଥିବା ଖରିଫ ଧାନ ଫସଲ ନଷ୍ଟ ହେବାର ଆଶଙ୍କା ରହିଛି ବୋଲି ପ୍ରାକ୍ତନ ସରପଞ୍ଚ ନାଥ କୁମାର ଭୋଳ କହିଛନ୍ତି ା ସେହିପରି ଉକ୍ତ ବ୍ଲକ ଦେଇ ପ୍ରବାହିତ ହୋଇଥିବା ମହାନଦୀ, ଲୁଣା, ପାଇକା ଆଦି ନଦୀର ବନ୍ଧ ଦୁର୍ବଳ ରହିଛି ା ଏଥିପ୍ରତି ବିଭାଗ ସତର୍କଦୃଷ୍ଟି ଦେବା ପାଇଁ ବୁଦ୍ଧିଜୀବୀ ସୁବାସ ଚନ୍ଦ୍ର ସ୍ବାଇଁ ଦାବି କରିଛନ୍ତି ା ଏ ସମ୍ପର୍କରେ ଆଳି ନଦୀ ତଟବନ୍ଧ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁବ୍ରତ କୁମାର ଦାଶଙ୍କୁ ପଚାରିବାରୁ ଦୁର୍ବଳ ବନ୍ଧ ଓ ବନ୍ୟା ପ୍ରତି ବିଭାଗର ସତର୍କ ଦୃଷ୍ଟି ରହିଛି ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri