ଲୁଣାନଦୀ ମାଟି ବନ୍ଧରେ ଫାଟ

ମହାକାଳପଡ଼ା,୧୪ ।୮(ଡି.ଏନ୍‌.ଏ.): ଲଘୁଚାପଜନିତ ଲଗାଣ ବର୍ଷା ଲାଗିରହିଛି ା ଏଥିସହିତ ହୀରାକୁଦ ଉପର ମୁଣ୍ଡରେ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ା ରାତି ୭ଟା ସୁଦ୍ଧା ୩୪ ଗେଟ୍‌ ଦେଇ ହୀରାକୁଦ୍‌ ଡ୍ୟାମ୍‌ରୁ ଜଳ ନିଷ୍କାସନ କରାଯାଉଥିବାରୁ ମହାନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି ା ଅପରପକ୍ଷେ ଗତ ଜୁନ୍‌ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଲୁଣାନଦୀ ଉତ୍ତର ପାର୍ଶ୍ୱ(ତେରଗାଁ ଘାଟ ସନ୍ନିକଟ)ରେ ଏକ ନୂତନ ବନ୍ଧ ନିର୍ମାଣ ସରିଛି ା ହେଲେ ସେହି ବନ୍ଧ କାର୍ଯ୍ୟରେ ଛୋଟ ଛୋଟ ପଥର ବ୍ୟବହାର କରାଯାଇଥିବାରୁ ସ୍ଥାନୀୟ ଗ୍ରାମବାସୀ ଏହାକୁ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି ା ଏହି ବନ୍ଧକୁ ନଦୀ ତଟବନ୍ଧ ବିଭାଗ ଆଳି ଡିଭିଜନ ପକ୍ଷରୁ ଟେଣ୍ଡର କରାଯାଇ ନିର୍ମାଣ କରାଯାଇଛି ା ଉକ୍ତ ବନ୍ଧ ନିର୍ମାଣ ବେଳେ ଉପରଭାଗ ବନ୍ଧରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା ା ପ୍ରବଳ ବନ୍ୟାରେ ଏହି ମାଟିବନ୍ଧ ପ୍ରଭାବିତ ହେବା ଆଶଙ୍କା ରହିଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି ା ମହାନଦୀ ଶାଖା ଗୁପ୍ତଗିରି ନଦୀରେ ବନ୍ୟାଜଳ ପ୍ରବେଶ କଲେ ସେହି ଅଞ୍ଚଳର ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ହୋଇଥିବା ଖରିଫ ଧାନ ଫସଲ ନଷ୍ଟ ହେବାର ଆଶଙ୍କା ରହିଛି ବୋଲି ପ୍ରାକ୍ତନ ସରପଞ୍ଚ ନାଥ କୁମାର ଭୋଳ କହିଛନ୍ତି ା ସେହିପରି ଉକ୍ତ ବ୍ଲକ ଦେଇ ପ୍ରବାହିତ ହୋଇଥିବା ମହାନଦୀ, ଲୁଣା, ପାଇକା ଆଦି ନଦୀର ବନ୍ଧ ଦୁର୍ବଳ ରହିଛି ା ଏଥିପ୍ରତି ବିଭାଗ ସତର୍କଦୃଷ୍ଟି ଦେବା ପାଇଁ ବୁଦ୍ଧିଜୀବୀ ସୁବାସ ଚନ୍ଦ୍ର ସ୍ବାଇଁ ଦାବି କରିଛନ୍ତି ା ଏ ସମ୍ପର୍କରେ ଆଳି ନଦୀ ତଟବନ୍ଧ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁବ୍ରତ କୁମାର ଦାଶଙ୍କୁ ପଚାରିବାରୁ ଦୁର୍ବଳ ବନ୍ଧ ଓ ବନ୍ୟା ପ୍ରତି ବିଭାଗର ସତର୍କ ଦୃଷ୍ଟି ରହିଛି ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri