କେନାଲରେ ଫାଟ, ଚାଷ ଜମିକୁ ମାଡ଼ି ପାରୁ ନାହିଁ ପାଣି

କୋକସରା,୨।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ କ୍ଷୁଦ୍ର ଜଳସେଚନ ଓ ଅଣୁ ବିଭାଗ ଅଧୀନରେ ଥିବା ବେହେରା ଡ୍ୟାମ୍‌ ଏବଂ ବିଭିନ୍ନ ଚେକ୍‌ ଡ୍ୟାମ୍‌ରୁ ବାହାରି ଥିବା କେନାଲ ଏବେ ଚାଷ କାମରେ ଲାଗୁନାହିଁ ା ଆବଶ୍ୟକ ରକ୍ଷାଣାବେକ୍ଷଣ, ମରାମତି ଅଭାବରୁ ସେଥିରେ ଏକାଧିକ ଫାଟ ସୃଷ୍ଟି ହୋଇଛି। ବୁଦୁବୁଦିଆ ଗଛଲତାରେ କେନାଲ ପୋତି ହୋଇଯାଇଛି। ଫଳରେ ଜମିକୁ କେନାଲ ପାଣି ମାଡ଼ି ପାରୁନାହିଁ । ଏହାକୁ ନେଇ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ମିଳିଥିବା ସୂଚନା ଅନୁଯାୟୀ, ବେହେରା ଡ୍ୟାମ୍‌ରୁ କୋକସରା ବ୍ଲକର ଡୁଡୁକାଠେଙ୍ଗା, ଟେମରା, କାଉଡୋଳା ଓ ମହିମା ପଞ୍ଚାୟତର ୨ ହଜାର ହେକ୍ଟର ଚାଷଜମିକୁ ଖରିଫ ଋତୁ ଓ ୫ ଶହ ହେକ୍ଟର ଚାଷଜମିକୁ ରବି ଋତୁରେ ପାଣି ଯୋଗାଣ ପାଇଁ ବ୍ୟବସ୍ଥା ରହିଛି। ହେଲେ ମରାମତି ଓ କେନାଲ ସଫା କରାଯାଉ ନ ଥିବା ଯୋଗୁ ଜମିକୁ ପାଣି ଆସୁପାରୁନାହିଁ ବୋଲି ଟେମରା,କାଉଡୋଳା ପଞ୍ଚାୟତର ଚାଷୀମାନେ ଅଭିଯୋଗ କରିଛନ୍ତି । ବଡ଼ପୋଡ଼ାଗୁଡା ପଞ୍ଚାୟତ ବାବେକୋହରାଠାରେ ଥିବା ଚେକ୍‌ ଡ୍ୟାମର ଅବସ୍ଥା ମଧ୍ୟ ତଦ୍ରୂପ । କେନାଲ ସଫା କରିବା ପାଇଁ ପାଣିପଞ୍ଚାୟତ କମିଟି ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟିଆକର୍ଷଣ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଚଳିତବର୍ଷ ଅନିୟମିତ ବର୍ଷା ଯୋଗୁ ଚାଷ କାମ ଆଗେଇ ପାରିନାହିଁ । କେନାଲରେ ପାଣି ପରିଚାଳନାକୁ ବିଭାଗ ଆଦୌ ଦୃଷ୍ଟି ଦେଉନାହିଁ। ଏଣୁ ତାହା ଚାଷୀଙ୍କ କାମରେ ଲାଗୁ ନାହିଁ ବୋଲି କୋକସରା ବ୍ଲକର ଚାଷୀ ନେତା ଶିବ ପ୍ରସାଦ ପ୍ରଧାନୀ କହିଛନ୍ତି । ଏ ନେଇ କୋକସରା ବ୍ଲକ ଯନ୍ତ୍ରୀ ବିନ୍ଦୁ ସାଗର ପଣ୍ଡାଙ୍କୁ ପଚାରିବାରୁ କେନାଲ ମରାମତି କିମ୍ବା ସଫା କରିବାକୁ ବିଭାଗୀୟ ଅନୁଦାନ ଆସିନାହିଁ। ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାମ କରିବାକୁ ୨୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲେ ମଧ୍ୟ ତାହା ମିଳିନାହିଁ। ଫଳରେ କାମ ଆଗେଇ ପାରୁନାହିଁ। ଆମେ ଏ ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri