Posted inଜାତୀୟ

ଏମଭିଏରେ ଫାଟ !…

ମୁମ୍ବାଇ, ୧୨।୭ : ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ତଥା ଶିବସେନାର ବିଦ୍ରୋହୀ ବିଧାୟକ ଦଳର ସମର୍ଥିତ ନେତା ଏକନାଥ ଶିନ୍ଦେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନ ପାଇଁ ତାଙ୍କ ଦଳ ଏନଡିଏର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରିବେ ବୋଲି ଶିନ୍ଦେ କହିଛନ୍ତି। ସେ କହିଛନ୍ତି ଯେ ଆମର ସମସ୍ତ ବିଧାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶରେ ମୁର୍ମୁଙ୍କୁ ଭୋଟ ଦେବେ।

ଏକନାଥଙ୍କ ଘୋଷଣା ପରେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମଧ୍ୟ ମୁର୍ମୁଙ୍କୁ ସମର୍ଥନ ଜଣାଇଛନ୍ତି। ଉଦ୍ଧବଙ୍କ ଏହି ଘୋଷଣା ପରେ କଳ୍ପନା ଜଳ୍ପନାର ଆରମ୍ଭ ହୋଇଛି ଯେ ମହା ବିକାଶ ଆଘାଡି(ଏମଭିଏ) ମିଳିତ ମେଣ୍ଟରେ ସବୁ ଠିକ ଚାଲିନି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। କ୍ଷମତାରୁ ହଟିବା ପରେ ଶିବସେନା ଏହାର ଏମ୍‌ ପି ତଥା ବିଧାୟକମାନଙ୍କୁ ଏକଜୁଟ କରି ରଖିବାକୁ ଚେଷ୍ଟା କରୁଛି। ବାସ୍ତବରେ, ଏକନାଥ ଶିନ୍ଦେଙ୍କ ଦ୍ୱାରା ବିଧାୟକଙ୍କ ମଧ୍ୟରେ ବିଦ୍ରୋହ ପରେ ଏହା ସ୍ପଷ୍ଟ ଯେ ଶିବସେନା ନେତୃତ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତିରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଘୋଷଣା କରିବାକୁ ଉଦ୍ଧବଙ୍କ ନିଷ୍ପତ୍ତି ଶିବସେନାକୁ ବଞ୍ଚାଇବାକୁ ଚେଷ୍ଟା କରାଯାଉଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

ସୂଚନାଯୋଗ୍ୟ, ସୋମବାର ଉଦ୍ଧବ ଠାକରେଙ୍କ ପକ୍ଷରୁ ଡକାଯାଇଥିବା ବୈଠକରେ ୧୯ ଶିବସେନା ଏମ୍‌ପିଙ୍କ ମଧ୍ୟରୁ ୧୧ ଜଣ ଯୋଗ ଦେଇଥିଲେ। ଏହି ସଭାରେ ଉପସ୍ଥିତ ଥିବା ଶିବସେନା ଏମ୍‌ପି ସଞ୍ଜୟ ରାଉତ ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବା ବିଷୟରେ ସ୍ପଷ୍ଟ ଭାବରେ କହିଥିଲେ। ସେମାନେ ଚାହୁଁଛନ୍ତି ଯେ ସାଧାରଣ ବିରୋଧୀ ପ୍ରାର୍ଥୀଙ୍କୁ ଶିବସେନା ସମର୍ଥନ କରୁ। କିଛି ଏମ୍‌ପି ଏଥିରେ ସହମତ ହୋଇ ନଥିଲେ। ସେ କହିଥିଲେ ଯେ ଆମେ ଦ୍ରୌପଦୀଙ୍କୁ ସମର୍ଥନ କରିବା ଉଚିତ। ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ସେମାନେ ଦଳର ମୁଖ୍ୟ ଉଦ୍ଧବ ଠାକରେଙ୍କୁ ମଧ୍ୟ ନିବେଦନ କରିଥିଲେ। ଏହା ପରେ ଉଦ୍ଧବ ଦ୍ରୌପଦୀଙ୍କ ସମର୍ଥନ କରିବାକୁ ଘୋଷଣା କରିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri