ନାଟମଣ୍ଡମ ବିମ୍‌ରେ ଫାଟ

ପୁରୀ ଅଫିସ, ୧୧।୬: ଗୁଣ୍ଡିଚା ମନ୍ଦିର ନାଟମଣ୍ଡପ ଛାତକୁ ଧରି ରଖିଥିବା କଲମ କାପିଟାଲ ବିମ୍‌ରେ ଫାଟ ସୃଷ୍ଟି ହୋଇଛି । ନାଟମଣ୍ଡପ ମରାମତି ପର୍ଯ୍ୟାୟରେ ଛାତରୁ ଚୂନ ଛଡ଼ାଯିବା ପରେ ଏହି ଫାଟଗୁଡ଼ିକ ଦେଖିବାକୁ ମିଳିଥିଲା। ଗୁଣ୍ଡିଚା ମନ୍ଦିର ନାଟମଣ୍ଡପ ୫୦୦ ବର୍ଷ ପୂର୍ବେ ନିର୍ମାଣ ହୋଇଥିଲା । ମରାମତି ନିମନ୍ତେ ଛାତର ସ୍ଥିତି ଅନୁଧ୍ୟାନ କରିବାକୁ ଚୂନ ଛଡ଼ା ଯାଇଥିଲା । ଚୂନ ଛଡ଼ାଯିବା ବେଳେ ବିମ୍‌ରେ ଫାଟ ରହିଥିବା ଏବଂ ଛାତ ନଷ୍ଟ ହୋଇ ଦୁଇଟି ଲୁହା ଛଡ଼ ଝୁଲି ରହିଥିବା ଦେଖାଯାଇଥିଲା । ଏହି ତଥ୍ୟ ପଦାକୁ ଆସିବା ପରେ ପରେ ଗୁଣ୍ଡିଚା ମନ୍ଦିର ନାଟମଣ୍ଡପର ସୁରକ୍ଷା ନେଇ ବିଶେଷଜ୍ଞମାନଙ୍କ ମଧ୍ୟରେ ତନାଘନା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri