ରାସ୍ତାରେ ଖାଲଖମା, ଲୋକେ ହଇରାଣ

କୃଷ୍ଣପ୍ରସାଦ,୬।୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ରାମଲେଙ୍କା ପଞ୍ଚାୟତ ପାଇକେରାପୁରଠାରୁ ଜହ୍ନିକୁଦା ଘାଟ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇପଡିଛି। ବିଶେଷକରି ବ୍ରାହ୍ମଣଦେଓ ହାଡ଼ି ପୋଖରୀ, ପିଟିଶାଳ ବିଟ ହାଉସ, ବଜ୍ରକୋଟ ବାଙ୍କ ଓ ପୋଖରୀ, ଗିଲିନାଶୀ, କୃଷ୍ଣପ୍ରସାଦ, ତିଛିଣି, ନୂଆପଡାଠାରେ ରାସ୍ତା ଖାଲଖମା ହୋଇଛି। ଫଳରେ ଲୋକେ ଯାତାୟାତ କରିବାରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ମରାମତି ନ ହେବାରୁ ଉଭୟ ପାର୍ଶ୍ୱରେ ଥିବା କଣ୍ଟାଗଛ ରାସ୍ତା ଉପରକୁ ମାଡ଼ିଯାଇଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ଏହି ରାସ୍ତାରେ ଥିବା ଶିଆଳ, ତିଛିଣି, ନୂଆପଡା ପହିଶାଣ ପୋଲର ମରାମତି ନ ହେବାରୁ ବିପଦସଙ୍କୁଳ ଅବସ୍ଥାରେ ରହିଛି। କୌଣସି ପୋଲ ଭାଙ୍ଗିଲେ ଉକ୍ତ ଅଞ୍ଚଳକୁ ଗମନାଗମନ ଠପ୍‌ ହେବାର ଆଶଙ୍କା ରହିଛି। ସେହିପରି କୃଷ୍ଣପ୍ରସାଦ ଅଞ୍ଚଳରେ ବସୁଧା ଯୋଜନାରେ ପାଣି ପାଇପ୍‌ ଲାଇନ ବିଛାଇବା ପାଇଁ ରାସ୍ତା ଖୋଳାଯାଇଥିଲେ ମଧ୍ୟ ମରାମତି କରାଯାଉନାହିଁ। ଏନେଇ ସ୍ଥାନୀୟ ଅଞ୍ଚଳର ଟୁଇଟର ବୟ ଭାବେ ପରିଚିତ ପ୍ରଦ୍ୟୁମ୍ନ କୁମାର ବିଶ୍ୱାଳ ସମସ୍ୟା ସମ୍ପର୍କରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଜେଇ ଏବଂ କୃଷ୍ଣପ୍ରସାଦ ବିଡିଓଙ୍କୁ ଜଣାଇଥିଲେ ମଧ୍ୟ ସୁଫଳ ମିଳିନାହିଁ। ରାସ୍ତା ସମସ୍ୟାର ସମାଧାନ ଦିଗରେ ଦୃଷ୍ଟି ଦିଆଯାଉ ନ ଥିବାରୁ ଟୁଇଟ୍‌ ମାଧ୍ୟମରେ ମୁଖ୍ୟ ଶାସନସଚିବ, ୫-ଟି ସଚିବ, ପୂର୍ତ୍ତ ବିଭାଗ, ଜିଲାପାଳଙ୍କ ନିକଟରେ ଅଭିଯୋଗ କରାଯାଇଛି। ତୁରନ୍ତ ଜିଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀ ରାସ୍ତା ମରାମତି ପାଇଁ ପଦକ୍ଷେପ ନେବାକୁ ବ୍ରାହ୍ମଣଦେଓ ଗ୍ରାମର ଲଲାଟେନ୍ଦୁ ରଣସିଂହ, ବଜ୍ରକୋଟ ଗ୍ରାମର ଅଜିତ୍‌ କୁମାର ପଣ୍ଡା, ସମାଜସେବୀ ବିଷ୍ଣୁପ୍ରସାଦ ବେହେରା, ପ୍ରଦ୍ୟୁମ୍ନ କୁମାର ବିଶ୍ୱାଳ, ପ୍ରଜ୍ଞାରେଖା ଜେନା, ଗୁରୁବାଇ ଗ୍ରାମର ଲିଟୁ ପ୍ରଧାନ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri