ରାସ୍ତାରେ ଖାଲ, ବଢୁଛି ଦୁର୍ଘଟଣା

ଗୋପ,୧୯।୮(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ – କୋଣାର୍କ ରାସ୍ତାରେ ଦୀର୍ଘ ଦୁଇ ସପ୍ତାହ ଧରି ଏକ ବିରାଟ ଖାଲ ସୃଷ୍ଟି ହୋଇଛି। ବିଭିନ୍ନ ସମୟରେ ଏହି ଖାଲ ଯୋଗୁ ଦୁର୍ଘଟଣା ବଢ଼ିବା ପରେ ଶୁକ୍ରବାର ସ୍ଥାନୀୟ ଦୋକାନୀମାନେ ଖାଲ ଚାରିପଟେ ଏକ ନାଲିକନା ବାନ୍ଧିଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ଦୈନଦିନ ଏହି ରାସ୍ତା ଦେଇ କୋଣାର୍କ ସୂର୍ଯ୍ୟମନ୍ଦିର, ପୁରୀକୁ ଶହ ଶହ ଦେଶ ବିଦେଶର ପର୍ଯ୍ୟଟକମାନେ ଯାତାୟାତ କରୁଛନ୍ତି। ମାତ୍ର ଗୋପଠାରୁ କୋଣାର୍କ ପର୍ଯ୍ୟନ୍ତ ୧୫ କିଲୋମିଟର ରାସ୍ତାର ଅନେକ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏପରି କି ଗୋପ ବଜାରର ଅନେକ ସ୍ଥାନ ସହିତ ବେଗୁନିଆ, କୁନ୍ଦୁରା, ଦଶବାଟିଆ, ଶାରଡା, ପାଟେଳିଆ ଛକ ନିକଟରେ ମଧ୍ୟ ଖାଲଖମା ରହିଛି। ବିଭିନ୍ନ ସମୟରେ ଏହି ଖାଲଖମା ଯୋଗୁ ଛୋଟ ବଡ଼ ଦୁର୍ଘଟଣାମାନ ଘଟୁଛି। ଗୋପ ବଜାରର ଦେବୀ ବଜାର ଓ ବଣିଆସାହି ନିକଟରେ ବଡ଼ ବଡ଼ ଦୁଇଟି ଖାଲ ହେବା ଫଳରେ ବର୍ଷା ପାଣି ଜମି ରହିଥିବାରୁ ଖାଲ ସ୍ଥାନ ଜାଣି ହେଉ ନାହିଁ। ଫଳରେ ଯାତାୟାତ କରୁଥିବା ପର୍ଯ୍ୟଟକ ଓ ସାଧାରଣ ଯାତ୍ରୀମାନେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ରହିଛି। ଏପରି ଖାଲ ପ୍ରତି ସ୍ଥାନୀୟ ଲୋକେ ଗୋପ ପୂର୍ତ୍ତ ବିଭାଗକୁ ଅଭିଯୋଗ କରିଥିଲେ ମଧ୍ୟ କେହି ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ସ୍ଥାନୀୟ ଦୋକାନୀମାନେ ନାଲିକନା ଦ୍ୱାରା କିଛି ଖାଲ ସ୍ଥାନକୁ ବାନ୍ଧି ବିପଦ ସଂକେତ ଦେଇଛନ୍ତି। ଏ ସମ୍ପର୍କରେ ଗୋପ ପୂର୍ତ୍ତ ବିଭାଗ ସେକ୍ସନ ଅଧିକାରୀ ରବିନ୍ଦ୍ର ଦଣ୍ତପତିଙ୍କୁ ପଚାରିବାରେ ଖୁବ୍‌ଶୀଘ୍ର କାର୍ଯ୍ୟ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?