ନିର୍ମାଣ କାର୍ଯ୍ୟ ମାସେ ନ ପୂରୁଣୁ ରାସ୍ତାରେ ଫାଟ

ନିମାପଡ଼ା,୨୬।୧୦(ଡି.ଏନ୍‌.ଏ.): ନିର୍ମାଣ କାର୍ଯ୍ୟ ମାତ୍ର ୧ ମାସ ନ ପୂରୁଣୁ ରାସ୍ତା ଫାଟି ଦୁଇ ଫାଳ ହୋଇଯାଇଥିବା ଦେଖିବାକୁ ମିଳିଛି। ରାସ୍ତା କାର୍ଯ୍ୟ ନିମ୍ନମାନର ଏବଂ ଏଥିରେ ବ୍ୟାପକ ଅନିୟମିତତା କରାଯାଇଥିବା ନେଇ ନିମାପଡ଼ା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ବ୍ଲକ ସୂଚନା ଅଧିକାର ଅଭିଯାନ ଆବାହକ ସନ୍ତୋଷ ପ୍ରଧାନ ଓ ସ୍ଥାନୀୟ ପଞ୍ଚାୟତ ସମିତି ସଭ୍ୟ ସନ୍ତୋଷ ମେକାପଙ୍କ ସମେତ ସ୍ଥାନୀୟ ଅଞ୍ଚଳବାସୀ ଏହି ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ, ଉକ୍ତ ବ୍ଲକ ଅନ୍ତର୍ଗତ ବାହାରେଣା ପଞ୍ଚାୟତର କଦଳିବାରି ଗ୍ରାମଠାରେ ମାସେ ତଳେ କରାଯାଇଥିବା କଂକ୍ରିଟ୍‌ ରାସ୍ତା କାର୍ଯ୍ୟ ଅତି ନିମ୍ନମାନର ହୋଇଛି। ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ ଏହି ରାସ୍ତା ନିର୍ମାଣ କାର୍ଯ୍ୟ କରାଯାଇଛି। ଉକ୍ତ ରାସ୍ତା ନିର୍ମାଣ ପାଇଁ ୧ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟ ଅଟକଳ ହୋଇଥିଲା। ୧୫୦ ଫୁଟ ରାସ୍ତା ନିର୍ମାଣ ପାଇଁ ଇଷ୍ଟିମେଟ୍‌ କରାଯାଇଥିବାବେଳେ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ନାମରେ କାର୍ଯ୍ୟାଦେଶ ରହିଛି। ହେଲେ ଏହି କାର୍ଯ୍ୟରେ ସମସ୍ତ ପ୍ରକାର ସରକାରୀ ନୀତି ନିୟମ, ଇଷ୍ଟିମେଟ୍‌କୁ ଉଲ୍ଲଙ୍ଘନ କରାଯାଇ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ଜଣେ ଯୁବ ଠିକାଦାର ମନମୁଖି ଭାବେ ଅଧିକ ଅର୍ଥ ପାଇବା ଆଶାରେ ୧୫୦ ଫୁଟ ବଦଳରେ ୨୫୦ ଫୁଟ କାର୍ଯ୍ୟ କରିଥିବା ଅଭିଯୋଗ ହୋଇଛି। ଏହି କଂକ୍ରିଟ୍‌ ରାସ୍ତା ନିର୍ମାଣ କାର୍ଯ୍ୟର ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ କରିବାକୁ ସ୍ଥାନୀୟ ବାସିନ୍ଦା ପୁରୀ ଜିଲାପାଳ, ଉପଜିଲାପାଳ, ଜିଲା ପ୍ରକଳ୍ପ ନିର୍ଦ୍ଦେଶକ, ଭିଜିଲାନ୍ସ ବିଭାଗ ଅଧିକାରୀଙ୍କ ନିକଟରେ ଦାବି କରିଛନ୍ତି। ଏନେଇ ବ୍ଲକ କନିଷ୍ଠ ଯନ୍ତ୍ରୀ ଚିନ୍ମୟୀ ସାହୁଙ୍କୁ ପଚାରିବାରେ, ଉକ୍ତ କାର୍ଯ୍ୟ କରିବା ସମ୍ପର୍କରେ ମତେ କେହି ଅବଗତ କରିନାହାନ୍ତି କି ସେହି କାର୍ଯ୍ୟକୁ ଆଦୌ ଅନୁଧ୍ୟାନ କରି ନ ଥିବା ସେ କହିଛନ୍ତି। ବିଡିଓ ବସନ୍ତ ମଲ୍ଲିକଙ୍କୁ ପଚାରିବାରେ, ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଏହି ରାସ୍ତା ନିର୍ମାଣ କାର୍ଯ୍ୟର ତଦାରଖ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ତଦନ୍ତ ରିପୋର୍ଟ ମିଳିବା ପରେ ଯାହା ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri