ନିର୍ମାଣ କାର୍ଯ୍ୟ ମାସେ ନ ପୂରୁଣୁ ରାସ୍ତାରେ ଫାଟ

ନିମାପଡ଼ା,୨୬।୧୦(ଡି.ଏନ୍‌.ଏ.): ନିର୍ମାଣ କାର୍ଯ୍ୟ ମାତ୍ର ୧ ମାସ ନ ପୂରୁଣୁ ରାସ୍ତା ଫାଟି ଦୁଇ ଫାଳ ହୋଇଯାଇଥିବା ଦେଖିବାକୁ ମିଳିଛି। ରାସ୍ତା କାର୍ଯ୍ୟ ନିମ୍ନମାନର ଏବଂ ଏଥିରେ ବ୍ୟାପକ ଅନିୟମିତତା କରାଯାଇଥିବା ନେଇ ନିମାପଡ଼ା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ବ୍ଲକ ସୂଚନା ଅଧିକାର ଅଭିଯାନ ଆବାହକ ସନ୍ତୋଷ ପ୍ରଧାନ ଓ ସ୍ଥାନୀୟ ପଞ୍ଚାୟତ ସମିତି ସଭ୍ୟ ସନ୍ତୋଷ ମେକାପଙ୍କ ସମେତ ସ୍ଥାନୀୟ ଅଞ୍ଚଳବାସୀ ଏହି ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ, ଉକ୍ତ ବ୍ଲକ ଅନ୍ତର୍ଗତ ବାହାରେଣା ପଞ୍ଚାୟତର କଦଳିବାରି ଗ୍ରାମଠାରେ ମାସେ ତଳେ କରାଯାଇଥିବା କଂକ୍ରିଟ୍‌ ରାସ୍ତା କାର୍ଯ୍ୟ ଅତି ନିମ୍ନମାନର ହୋଇଛି। ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ ଏହି ରାସ୍ତା ନିର୍ମାଣ କାର୍ଯ୍ୟ କରାଯାଇଛି। ଉକ୍ତ ରାସ୍ତା ନିର୍ମାଣ ପାଇଁ ୧ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟ ଅଟକଳ ହୋଇଥିଲା। ୧୫୦ ଫୁଟ ରାସ୍ତା ନିର୍ମାଣ ପାଇଁ ଇଷ୍ଟିମେଟ୍‌ କରାଯାଇଥିବାବେଳେ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ନାମରେ କାର୍ଯ୍ୟାଦେଶ ରହିଛି। ହେଲେ ଏହି କାର୍ଯ୍ୟରେ ସମସ୍ତ ପ୍ରକାର ସରକାରୀ ନୀତି ନିୟମ, ଇଷ୍ଟିମେଟ୍‌କୁ ଉଲ୍ଲଙ୍ଘନ କରାଯାଇ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ଜଣେ ଯୁବ ଠିକାଦାର ମନମୁଖି ଭାବେ ଅଧିକ ଅର୍ଥ ପାଇବା ଆଶାରେ ୧୫୦ ଫୁଟ ବଦଳରେ ୨୫୦ ଫୁଟ କାର୍ଯ୍ୟ କରିଥିବା ଅଭିଯୋଗ ହୋଇଛି। ଏହି କଂକ୍ରିଟ୍‌ ରାସ୍ତା ନିର୍ମାଣ କାର୍ଯ୍ୟର ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ କରିବାକୁ ସ୍ଥାନୀୟ ବାସିନ୍ଦା ପୁରୀ ଜିଲାପାଳ, ଉପଜିଲାପାଳ, ଜିଲା ପ୍ରକଳ୍ପ ନିର୍ଦ୍ଦେଶକ, ଭିଜିଲାନ୍ସ ବିଭାଗ ଅଧିକାରୀଙ୍କ ନିକଟରେ ଦାବି କରିଛନ୍ତି। ଏନେଇ ବ୍ଲକ କନିଷ୍ଠ ଯନ୍ତ୍ରୀ ଚିନ୍ମୟୀ ସାହୁଙ୍କୁ ପଚାରିବାରେ, ଉକ୍ତ କାର୍ଯ୍ୟ କରିବା ସମ୍ପର୍କରେ ମତେ କେହି ଅବଗତ କରିନାହାନ୍ତି କି ସେହି କାର୍ଯ୍ୟକୁ ଆଦୌ ଅନୁଧ୍ୟାନ କରି ନ ଥିବା ସେ କହିଛନ୍ତି। ବିଡିଓ ବସନ୍ତ ମଲ୍ଲିକଙ୍କୁ ପଚାରିବାରେ, ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଏହି ରାସ୍ତା ନିର୍ମାଣ କାର୍ଯ୍ୟର ତଦାରଖ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ତଦନ୍ତ ରିପୋର୍ଟ ମିଳିବା ପରେ ଯାହା ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri