କାନ୍ଥରେ ଫାଟ, ଛାତରୁ ଖସୁଛି ଅତଡ଼ା

ଗୋପ,୧୦।୨(ଡି.ଏନ୍‌.ଏ.): ରାଜ୍ୟ ସରକାର ଶିକ୍ଷାକୁ ଅଧିକ ମାତ୍ରାରେ ଗୁରୁତ୍ୱ ଦେଇ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍ମାର୍ଟ ସ୍କୁଲ କରୁଥିବା ବେଳେ ନିମ୍ନମାନର କାର୍ଯ୍ୟ ଯୋଗୁ ଅଳ୍ପଦିନ ମଧ୍ୟରେ ବିଦ୍ୟାଳୟର ବିଭିନ୍ନ ସାମଗ୍ରୀ ଭାଙ୍ଗି ଯାଉଥିବା ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳର ୧୯୪୪ ମସିହାରେ ସ୍ଥାପିତ ଗୋପ ନିଗମାନନ୍ଦ ସ୍ମାର୍ଟ ସ୍କୁଲ ଠିକ୍‌ ଭାବେ ମରାମତି କାର୍ଯ୍ୟ ହୋଇ ନ ଥିବାରୁ ଏବେ ଭୁଶୁଡିବା ଆଶଙ୍କା ଦେଖାଦେଇଛି। ସ୍କୁଲରେ ନାନା ସମସ୍ୟା ଦେଖାଦେଇଥିବାରୁ ପ୍ରଧାନଶିକ୍ଷକ ମନୋରଞ୍ଜନ ପଟ୍ଟନାୟକ ଏ ସମ୍ପର୍କରେ ୩ଟି ବିଭାଗକୁ ଚିଠି ଲେଖିଛନ୍ତି। ପ୍ରକାଶ ଯେ, ଗୋପ ନିଗମାନନ୍ଦ ସ୍କୁଲ ଏ ଅଞ୍ଚଳର ଏକ ପୁରାତନ ସ୍କୁଲ ଭାବରେ ପରିଚିତ। ଏହି ସ୍କୁଲ ଏବେ ୭୯ ବର୍ଷରେ ପହଞ୍ଚିଛି। ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରଥମ ପର୍ଯ୍ୟାୟରେ ଏହି ସ୍କୁଲକୁ ସ୍ମାର୍ଟ ସ୍କୁଲ ଯୋଜନାରେ ସାମିଲ କରିଥିଲେ। ମାତ୍ର ଏବେ ଏହି ସ୍ମାର୍ଟ ସ୍କୁଲ କାନ୍ଥରେ ବଡ଼ ଫାଟ ସୃଷ୍ଟି ହୋଇଥିବା ବେଳେ ଛାତରୁ ଅତଡ଼ା ଖସୁଛି। ବାରମ୍ବାର ଏପରି ଅବସ୍ଥା ଦେଖାଯିବାରୁ ପ୍ରଧାନଶିକ୍ଷକ ପଟ୍ଟନାୟକ ସ୍କୁଲ ଚିଠି ନମ୍ବର ୩୯/୪୩/ଓ ୪୪ରେ ତା. ଫେବୃୟାରୀ ୪ ଓ ୭ ତାରିଖରେ ୩ଟି ବିଭାଗକୁ ଅଭିଯୋଗ କରିଛନ୍ତି। ଏହି ପୁରାତନ ସ୍କୁଲରେ ଏବେ ପ୍ରଥମ ଶ୍ରେଣୀରୁ ୧୦ ମ ଶ୍ରେଣୀ ପର୍ଯ୍ୟନ୍ତ ୮ଶହ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ସେମାନଙ୍କ ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗତବର୍ଷ ଏହି ସ୍କୁଲକୁ ସ୍ମାର୍ଟ ସ୍କୁଲ ଅଭିଯାନ ଯୋଜନାରେ ୫୦ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇ ଥିବାବେଳେ ଏବେ ସ୍କୁଲର ଅବସ୍ଥାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ନିମ୍ନମାନର କାର୍ଯ୍ୟ ସହ ଠିକାଦାରଙ୍କ ମନ ମୁତାବକ କାର୍ଯ୍ୟ ଯୋଗୁ ଏଭଳି ଅବସ୍ଥା ହୋଇଥିବା ନେଇ ସାଧାରଣରେ ଅଭିଯୋଗ ହେଉଛି। ତେଣୁ ଏହାର ତୁରନ୍ତ ମରାମତି ଦାବି କରାଯାଇଛି। ଏ ନେଇ ପ୍ରଧାନଶିକ୍ଷକ ପଟ୍ଟନାୟକ କହିଛନ୍ତି, ସ୍କୁଲରେ ବାରମ୍ବାର ଅତଡ଼ା ଖସିବା ସହ ଫାଟ ସୃଷ୍ଟି ହେବାରୁ ଘଟଣା ସମ୍ପର୍କରେ ବିଡିଓ, ଗ୍ରାମ୍ୟ ଉନ୍ନୟନ ବିଭାଗ ସହ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରିଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପାଠପଢ଼ା ହେଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri