କାନ୍ଥରେ ଫାଟ, ଛାତରୁ ଖସୁଛି ଅତଡ଼ା

ଗୋପ,୧୦।୨(ଡି.ଏନ୍‌.ଏ.): ରାଜ୍ୟ ସରକାର ଶିକ୍ଷାକୁ ଅଧିକ ମାତ୍ରାରେ ଗୁରୁତ୍ୱ ଦେଇ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍ମାର୍ଟ ସ୍କୁଲ କରୁଥିବା ବେଳେ ନିମ୍ନମାନର କାର୍ଯ୍ୟ ଯୋଗୁ ଅଳ୍ପଦିନ ମଧ୍ୟରେ ବିଦ୍ୟାଳୟର ବିଭିନ୍ନ ସାମଗ୍ରୀ ଭାଙ୍ଗି ଯାଉଥିବା ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳର ୧୯୪୪ ମସିହାରେ ସ୍ଥାପିତ ଗୋପ ନିଗମାନନ୍ଦ ସ୍ମାର୍ଟ ସ୍କୁଲ ଠିକ୍‌ ଭାବେ ମରାମତି କାର୍ଯ୍ୟ ହୋଇ ନ ଥିବାରୁ ଏବେ ଭୁଶୁଡିବା ଆଶଙ୍କା ଦେଖାଦେଇଛି। ସ୍କୁଲରେ ନାନା ସମସ୍ୟା ଦେଖାଦେଇଥିବାରୁ ପ୍ରଧାନଶିକ୍ଷକ ମନୋରଞ୍ଜନ ପଟ୍ଟନାୟକ ଏ ସମ୍ପର୍କରେ ୩ଟି ବିଭାଗକୁ ଚିଠି ଲେଖିଛନ୍ତି। ପ୍ରକାଶ ଯେ, ଗୋପ ନିଗମାନନ୍ଦ ସ୍କୁଲ ଏ ଅଞ୍ଚଳର ଏକ ପୁରାତନ ସ୍କୁଲ ଭାବରେ ପରିଚିତ। ଏହି ସ୍କୁଲ ଏବେ ୭୯ ବର୍ଷରେ ପହଞ୍ଚିଛି। ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରଥମ ପର୍ଯ୍ୟାୟରେ ଏହି ସ୍କୁଲକୁ ସ୍ମାର୍ଟ ସ୍କୁଲ ଯୋଜନାରେ ସାମିଲ କରିଥିଲେ। ମାତ୍ର ଏବେ ଏହି ସ୍ମାର୍ଟ ସ୍କୁଲ କାନ୍ଥରେ ବଡ଼ ଫାଟ ସୃଷ୍ଟି ହୋଇଥିବା ବେଳେ ଛାତରୁ ଅତଡ଼ା ଖସୁଛି। ବାରମ୍ବାର ଏପରି ଅବସ୍ଥା ଦେଖାଯିବାରୁ ପ୍ରଧାନଶିକ୍ଷକ ପଟ୍ଟନାୟକ ସ୍କୁଲ ଚିଠି ନମ୍ବର ୩୯/୪୩/ଓ ୪୪ରେ ତା. ଫେବୃୟାରୀ ୪ ଓ ୭ ତାରିଖରେ ୩ଟି ବିଭାଗକୁ ଅଭିଯୋଗ କରିଛନ୍ତି। ଏହି ପୁରାତନ ସ୍କୁଲରେ ଏବେ ପ୍ରଥମ ଶ୍ରେଣୀରୁ ୧୦ ମ ଶ୍ରେଣୀ ପର୍ଯ୍ୟନ୍ତ ୮ଶହ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ସେମାନଙ୍କ ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗତବର୍ଷ ଏହି ସ୍କୁଲକୁ ସ୍ମାର୍ଟ ସ୍କୁଲ ଅଭିଯାନ ଯୋଜନାରେ ୫୦ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇ ଥିବାବେଳେ ଏବେ ସ୍କୁଲର ଅବସ୍ଥାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ନିମ୍ନମାନର କାର୍ଯ୍ୟ ସହ ଠିକାଦାରଙ୍କ ମନ ମୁତାବକ କାର୍ଯ୍ୟ ଯୋଗୁ ଏଭଳି ଅବସ୍ଥା ହୋଇଥିବା ନେଇ ସାଧାରଣରେ ଅଭିଯୋଗ ହେଉଛି। ତେଣୁ ଏହାର ତୁରନ୍ତ ମରାମତି ଦାବି କରାଯାଇଛି। ଏ ନେଇ ପ୍ରଧାନଶିକ୍ଷକ ପଟ୍ଟନାୟକ କହିଛନ୍ତି, ସ୍କୁଲରେ ବାରମ୍ବାର ଅତଡ଼ା ଖସିବା ସହ ଫାଟ ସୃଷ୍ଟି ହେବାରୁ ଘଟଣା ସମ୍ପର୍କରେ ବିଡିଓ, ଗ୍ରାମ୍ୟ ଉନ୍ନୟନ ବିଭାଗ ସହ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରିଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପାଠପଢ଼ା ହେଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri