ଦାରିଙ୍ଗବାଡି-କଟକ ସରକାରୀ ବସକୁ ନେଇ ବଢୁଛି କ୍ରେଜ: ଓକିଲ ସଙ୍ଘ ସେଲ୍ଫି ନେବା ଭିଡିଓ ଭାଇରାଲ

ଦାରିଙ୍ଗବାଡି, ୨୪ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୁରଣ କରିଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ବଢିଛି ଉତ୍ସାହ। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହେଡ଼ କ୍ୱାଟରଠାରୁ କଟକ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଶୀତ ତାପ ନିୟନ୍ତ୍ରଣ ବସ୍‌ ବ୍ୟବସ୍ଥା ଥିବା ଉଚ୍ଚକୋଟୀର ବସ ଯାତ୍ରା ସୋମବାରଠାରୁ ଶୁଭାରମ୍ଭ କରିଛନ୍ତି। ଏହାକୁ ନେଇ ଅଞ୍ଚଳରେ ଜନସାଧାରଣଙ୍କ ମଧ୍ୟରେ ଯେତିକି ଖୁସି ଦେଖିବାକୁ ମିଳିଛି ସେତିକି ବସକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି।

ଦାରିଙ୍ଗବାଡି ପ୍ରଥମଶ୍ରେଣୀ ବିଚାରବିଭାଗରେ କାର୍ଯ୍ୟରତ ଓକିଲ ସଙ୍ଘର ବରିଷ୍ଠ କର୍ମକର୍ତ୍ତା ସରକାରୀ ଓକିଲ ସମସ୍ତେ ମିଶି ବସ ଷ୍ଟାଣ୍ଡରେ ସରକାରୀ ବସ ଠିଆ ହୋଇଥିବାବେଳେ ବସର ଚାଳକ ଏବଂ କଣ୍ଡକ୍ଟରଙ୍କ ସହ ମିଶି ସେଲ୍ଫି ନେଉଥିବା ଭିଡ଼ିଓ ଏବେ ମୋବାଇଲକୁ ମୋବାଇଲ ଘୁରିବୁଲୁଛି। ଓକିଲ ସଙ୍ଘର ସନ୍ତୋଷ କୁମାର ସାହୁ, ମନୋଜ ପଣ୍ଡା, ଉମେଶ କର କେଡର ଏପିପି ସୁରେଶ ପାତ୍ର ପ୍ରମୁଖ ସେଲ୍ଫି ନେବା ସହ ଖୁସିବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ପରିବହନ ବିଭାଗ ପକ୍ଷରୁ ଦାରିଙ୍ଗବାଡିଠାରୁ କଟକକୁ ଏହି ବସ ଯାତ୍ରା କରୁଛି। ପ୍ରାୟ ୧୧୯ ଦିନ ପାଇଁ ଏହି ରାସ୍ତାରେ ବସ ଯାତାୟତ ପାଇଁ ରୋଡ଼ ପରିମିଟ କରାଯାଇଛି। ପରେ ଏହା ଲୋକଙ୍କ ଆବଶ୍ୟକତାକୁ ନେଇ ସମୟ ପରିବର୍ତ୍ତନ ହୋଇପାରେ। ଖୁବଶୀଘ୍ର ଟିକେଟ ଅନଲାଇନ ବ୍ୟବସ୍ଥା କରାଯିବ ବୋଲି କଟକ ଜିଲାର ଜିଲ୍ଲା ପରିବହନ ମ୍ୟାନେଜର ଶ୍ରୀନିବାସ ପାଣିଗ୍ରାହୀ କହିଛନ୍ତ। ଏହି ଚଳାଚଳ ଯୋଗୁ ଲୋକଙ୍କ ଅନେକ ସୁବିଧା ହୋଇପାରିଛି। ବିଶେଷ କରି ଶିକ୍ଷା, ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜଧାନୀକୁ ଯାତାୟତ କରୁଥିବା ଲୋକଙ୍କ ପାଇଁ ଏହା ଏବେ ଲାଇଫ ଲାଇନ ହୋଇପାରିଛି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri