ଦାରିଙ୍ଗବାଡି-କଟକ ସରକାରୀ ବସକୁ ନେଇ ବଢୁଛି କ୍ରେଜ: ଓକିଲ ସଙ୍ଘ ସେଲ୍ଫି ନେବା ଭିଡିଓ ଭାଇରାଲ

ଦାରିଙ୍ଗବାଡି, ୨୪ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୁରଣ କରିଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ବଢିଛି ଉତ୍ସାହ। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହେଡ଼ କ୍ୱାଟରଠାରୁ କଟକ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଶୀତ ତାପ ନିୟନ୍ତ୍ରଣ ବସ୍‌ ବ୍ୟବସ୍ଥା ଥିବା ଉଚ୍ଚକୋଟୀର ବସ ଯାତ୍ରା ସୋମବାରଠାରୁ ଶୁଭାରମ୍ଭ କରିଛନ୍ତି। ଏହାକୁ ନେଇ ଅଞ୍ଚଳରେ ଜନସାଧାରଣଙ୍କ ମଧ୍ୟରେ ଯେତିକି ଖୁସି ଦେଖିବାକୁ ମିଳିଛି ସେତିକି ବସକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି।

ଦାରିଙ୍ଗବାଡି ପ୍ରଥମଶ୍ରେଣୀ ବିଚାରବିଭାଗରେ କାର୍ଯ୍ୟରତ ଓକିଲ ସଙ୍ଘର ବରିଷ୍ଠ କର୍ମକର୍ତ୍ତା ସରକାରୀ ଓକିଲ ସମସ୍ତେ ମିଶି ବସ ଷ୍ଟାଣ୍ଡରେ ସରକାରୀ ବସ ଠିଆ ହୋଇଥିବାବେଳେ ବସର ଚାଳକ ଏବଂ କଣ୍ଡକ୍ଟରଙ୍କ ସହ ମିଶି ସେଲ୍ଫି ନେଉଥିବା ଭିଡ଼ିଓ ଏବେ ମୋବାଇଲକୁ ମୋବାଇଲ ଘୁରିବୁଲୁଛି। ଓକିଲ ସଙ୍ଘର ସନ୍ତୋଷ କୁମାର ସାହୁ, ମନୋଜ ପଣ୍ଡା, ଉମେଶ କର କେଡର ଏପିପି ସୁରେଶ ପାତ୍ର ପ୍ରମୁଖ ସେଲ୍ଫି ନେବା ସହ ଖୁସିବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ପରିବହନ ବିଭାଗ ପକ୍ଷରୁ ଦାରିଙ୍ଗବାଡିଠାରୁ କଟକକୁ ଏହି ବସ ଯାତ୍ରା କରୁଛି। ପ୍ରାୟ ୧୧୯ ଦିନ ପାଇଁ ଏହି ରାସ୍ତାରେ ବସ ଯାତାୟତ ପାଇଁ ରୋଡ଼ ପରିମିଟ କରାଯାଇଛି। ପରେ ଏହା ଲୋକଙ୍କ ଆବଶ୍ୟକତାକୁ ନେଇ ସମୟ ପରିବର୍ତ୍ତନ ହୋଇପାରେ। ଖୁବଶୀଘ୍ର ଟିକେଟ ଅନଲାଇନ ବ୍ୟବସ୍ଥା କରାଯିବ ବୋଲି କଟକ ଜିଲାର ଜିଲ୍ଲା ପରିବହନ ମ୍ୟାନେଜର ଶ୍ରୀନିବାସ ପାଣିଗ୍ରାହୀ କହିଛନ୍ତ। ଏହି ଚଳାଚଳ ଯୋଗୁ ଲୋକଙ୍କ ଅନେକ ସୁବିଧା ହୋଇପାରିଛି। ବିଶେଷ କରି ଶିକ୍ଷା, ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜଧାନୀକୁ ଯାତାୟତ କରୁଥିବା ଲୋକଙ୍କ ପାଇଁ ଏହା ଏବେ ଲାଇଫ ଲାଇନ ହୋଇପାରିଛି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri