ରାଜ୍ୟ, କେନ୍ଦ୍ର ସରକାରଙ୍କ ବିଫଳତା ସମ୍ପର୍କରେ ଜନଜାଗରଣ ସୃଷ୍ଟି କର: ଅଜୟ କୁମାର

ଭୁବନେଶ୍ୱର,୫।୩(ସୁନିତ୍‌ ମିଶ୍ର):ଓଡ଼ିଶାର ପ୍ରତ୍ୟେକ ଗ୍ରାମରେ କଂଗ୍ରେସର ପୁରୁଣା ନେତା, ମହିଳା, ଯୁବକର୍ମୀ ଓ ସମର୍ଥକଙ୍କ ମଧ୍ୟରେ ବିପୁଳ ଉତ୍ସାହ ଭରି ରହିଛି। ସେମାନଙ୍କ ଉଦ୍ୟମ ଓ ସହଯୋଗରେ ସଙ୍ଗଠନ ଅଧିକ ଦୃଢ଼ ଓ କ୍ରିୟାଶୀଳ ହେବ। ଦେଶରୁ ଗରିବୀ ଓ ବେରୋଜଗାର ହଟାଇବା ନିମନ୍ତେ ଅତୀତରେ କଂଗ୍ରେସ ସରକାର ଯେଉଁ ସୁଚିନ୍ତିତ ପଦକ୍ଷେପମାନ ଗ୍ରହଣ କରିଥିଲେ, ତାହା ଅଦ୍ୟାବଧି କୌଣସି ସରକାର କରିନାହାନ୍ତି ବୋଲି ଓଡ଼ିଶା ପ୍ରଭାରୀ ଅଜୟ କୁମାର କହିଛନ୍ତି। ସୋମବାର ସ୍ଥାନୀୟ ଏକ ଘରୋଇ ହୋଟେଲରେ ପିସିସି ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗ ପକ୍ଷରୁ ଆୟୋଜିତ ଦିନିକିଆ କର୍ମଶାଳା ‘ସଂକଳ୍ପ’ରେ ଏଭଳି ନିଷ୍ପତ୍ତି ହୋଇଛି। ଏଥିରେ ଯୋଗଦେଇ ଅଜୟ କହିଛନ୍ତି ଯେ, ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଅନ୍ୟାୟ ଏବଂ ବିଫଳତା ସମ୍ପର୍କରେ ଜନଜାଗରଣ ସୃଷ୍ଟି କରିବା କ୍ଷେତ୍ରରେ ଓଡ଼ିଶା ପ୍ରଦେଶ କଂଗ୍ରେସ ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗ ଗୁରୁଦାୟିତ୍ୱ ନିର୍ବାହ କରିବ। ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ଜରିଆରେ ଦଳ ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିବ। ଗଣମାଧ୍ୟମ ସେଲ୍‌ର ଜିଲା ଓ ବ୍ଲକସ୍ତରର କାର୍ଯ୍ୟକର୍ତ୍ତାମାନେ ଏହି କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବେ ବୋଲି ସେ କହିଛନ୍ତି।
ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗ ଅଧ୍ୟକ୍ଷ ବିଶ୍ୱରଞ୍ଜନ ମହାନ୍ତି ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି କହିଛନ୍ତି, ବିଭାଗର ଜିଲା ଏବଂ ବ୍ଲକସ୍ତରର କାର୍ଯ୍ୟକର୍ତ୍ତାମାନଙ୍କ ଆଗାମୀ ରଣନୀତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଦଳୀୟ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ଏବଂ ତୃଣମୂଳସ୍ତରର କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ବଢ଼ାଇବା ନିମନ୍ତେ ସେ ପରାମର୍ଶ ଦେଇଛନ୍ତି। ଏ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇବାର ଆବଶ୍ୟକତା ରହିଛି। ତେଣୁ ଉଭୟ ଭାଜପା ଓ ବିଜେଡିର ଅସଲ ଚେହେରା ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ଜରିଆରେ ସାମ୍ନାକୁ ଆଣିବାକୁ ଅଜୟ କୁମାର କର୍ମୀମାନଙ୍କୁ ଆହ୍ବାନ ଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି ଯେ, ବର୍ତ୍ତମାନ ଦଳର ନେତା ଓ କର୍ମୀମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହେଉଛି। ଆଗାମୀ ନିର୍ବାଚନରେ ଦଳ ନିଶ୍ଚିତ ଭାବେ ଭଲ ପ୍ରଦର୍ଶନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?