ଦକ୍ଷତା ବଳରେ ନିଜସ୍ବ ପରିଚୟ ସୃଷ୍ଟିକର

ଭୁବନେଶ୍ୱର,୧।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ସମୂହର ଅଗ୍ରଣୀ ପ୍ରତିଷ୍ଠାନ ‘ଡ୍ରିମ୍‌ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟ’ର ନବାଗତ ବିଟେକ୍‌ ଛାତ୍ରୀଛାତ୍ରଙ୍କ ମାର୍ଗଦର୍ଶନ ଓ ସ୍ବାଗତ ସମ୍ବର୍ଦ୍ଧନା ଉସତ୍ବ ‘ଆରମ୍ଭ-୨୦୨୩’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜୟଶ୍ରୀ ଅଡିଟୋରିୟମଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ ସ୍ବାଗତ ଅଭିଭାଷଣ ସହ କର୍ତ୍ତବ୍ୟ ପ୍ରତି ନିଷ୍ଠାବାନ୍‌ ଓ ପିତାମାତା ଏବଂ ଗୁରୁଜନଙ୍କ ଆଶୀର୍ବାଦ ରହିଲେ ସମସ୍ତ ବାଧାବନ୍ଧନ ଅତିକ୍ରମକରି ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ପାରିବ ବୋଲି ଉଲ୍ଲେଖ କରିଥିଲେ। ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ. ସବିତା ଆଚାର୍ଯ୍ୟ କହିଥିଲେ, ବିଫଳତାରେ କେବେ ବି ନିରୁସତ୍ାହିତ ନ ହୋଇ ବାରମ୍ବାର ପ୍ରଚେଷ୍ଟା କରିବା ଦରକାର। କାରଣ ବିଫଳତାରୁ ମିଳିଥିବା ଶିକ୍ଷା ଓ ଅଭଜ୍ଞତା ହିଁ ସଫଳତାର ବାଟ ଦେଖାଇଥାଏ। ସକାରାମତ୍କ ଭାବନା ସହ ଜ୍ଞାନ ଓ ଦକ୍ଷତାର ଉପଯୋଗକରି ନିଜସ୍ବ ପରିଚୟ ସୃଷ୍ଟି କରିବାକୁ ଆଚାର୍ଯ୍ୟ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ସେହିଭଳି ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ଲେଖିକା ପ୍ରଫେସର ଡ.ସୁଲୋଚନା ଦାସ କହିଥିଲେ, ପ୍ରତ୍ୟେକ ମଣିଷ ଭିତରେ ଈଶ୍ୱରୀୟ ସତ୍ତା ନିହିତ ରହିଛି। ଏହାର ଉପଲବ୍ଧ ଦ୍ୱାରା ହିଁ ବିବେକକୁ ଜାଗ୍ରତ କରାଏ। ଜୀବନ ପାଇଁ ସ୍ବପ୍ନ ଦେଖିବା ଆବଶ୍ୟକ, କିନ୍ତୁ ସ୍ବପ୍ନ ସାକାର ଲାଗି ଗଭୀର ଆମତ୍ବିଶ୍ୱାସ ଓ ନିଷ୍ଠାପର ସାଧନା ଜରୁରୀ ବୋଲି ସେ ମତପ୍ରକାଶ କରିଥିଲେ। ସମ୍ମାନିତ ବକ୍ତା ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର, ନିର୍ଦ୍ଦେଶିକା ଡା. ଚିନ୍ମୟୀ ରଥ ବିଦ୍ୟାର୍ଥୀ ଜୀବନ ଭଳି ମୂଲ୍ୟବାନ୍‌ ସମୟର ସୁବିନିଯୋଗକରି ଉଜ୍ଜ୍ୱଳ ଭବିଷ୍ୟତ ଗଢିବାକୁ ନବାଗତ ଛାତ୍ରୀଛାତ୍ରୀଙ୍କୁ ଦିଗ୍‌ଦର୍ଶନ ଦେଇଥିଲେ। ପରିଶେଷରେ ଅଧ୍ୟକ୍ଷ ଡ. ନୟନ ରଞ୍ଜନ ସାମଲ ପ୍ରାରମ୍ଭିକ ସୂଚନାରେ ଶିକ୍ଷାନୁଷ୍ଠାନର ଅଗ୍ରଗତି ଓ ସଫଳତାର ବିବରଣୀ ପ୍ରଦାନ କରିଥିଲେ। ପ୍ରାଧ୍ୟାପିକା ଡ. ଅନୁରେଖା ନାୟକ ଉକ୍ତ କାର୍ଯ୍ୟକ୍ରମର ସଂଯୋଜନା କରିଥିବାବେଳେ ପ୍ରାଧ୍ୟାପିକା ନିଭା ତ୍ରିପାଠୀ ଧନ୍ୟବାଦ ଅଭିଭାଷଣ ଦେଇଥିଲେ। ଏହି ଅବସରରେ ନିମନ୍ତ୍ରିତ ଅତିଥିମାନଙ୍କୁ ‘ଡ୍ରିମ୍‌ସ ପରିବାର’ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଡିନ୍‌ (ଛାତ୍ର କଲ୍ୟାଣ) ପ୍ରାଧ୍ୟାପିକା ଡ. ଲୀନା ପଟ୍ଟନାୟକ, ଡ. ଆଲୋକ ରଂଜନ ବିଶ୍ୱାଳ, ଡ. ଜୀବନାନନ୍ଦ ମେହେନା, ପ୍ରାଧ୍ୟାପକ ରଶ୍ମିରଞ୍ଜନ ବିଶ୍ୱାଳଙ୍କ ସମେତ ବିଭିନ୍ନ ବିଭାଗର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?