Posted inରାଜ୍ୟ

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ନୂଆ ପଦବୀ ସୃଷ୍ଟି

ଭୁବନେଶ୍ୱର,୧୧ା୭(ଅନୁରାଧା ମହାରଣା)- ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବୀ ସୃଷ୍ଟି କରିଛନ୍ତି। ଏଥିମଧ୍ୟରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦବୀ ରହିଛି। ଖୁବ୍‌ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ। ୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର (ପିଜିଟି) ପଦବୀ ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍‌, ୧୦୬ ଆସିଷ୍ଟାଣ୍ଟ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବୀ ସୃଷ୍ଟି କରାଯାଇଛି। ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି। ଉକ୍ତ ବିଦ୍ୟାଳୟଗୁଡ଼ିକରେ ଯୁକ୍ତ୨ ଶ୍ରେଣୀ ଖୋଲାଯାଇଛି। ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରୀଛାତ୍ରମାନେ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ୨ ଶ୍ରେଣୀରେ ପଢ଼ିପାରିବେ ା ସେମାନଙ୍କୁ ଶିକ୍ଷାଦାନ ନିମନ୍ତେ ଏହି ନୂତନ ଶିକ୍ଷକ ପଦବୀଗୁଡ଼ିକ ସୃଷ୍ଟି କରାଯାଇଛି। ସେହିପରି ପ୍ରତ୍ୟେକ ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲାବ୍‌ ଓ ପାଠାଗାର ପରିଚାଳନା ପାଇଁ ଅଣଶିକ୍ଷକ ପଦବୀଗୁଡିକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri