ଆଜିଠାରୁ କ୍ରେଡିଟ୍‌ ଗ୍ୟାରେଣ୍ଟି ଯୋଜନା

ନୂଆଦିଲ୍ଲୀ,୧।୪: ଦେଶର ବିକାଶ ପାଇଁ ସରକାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍‌ ଗ୍ୟାରେଣ୍ଟି ଯୋଜନାର ଅୟମାରମ୍ଭ କରିଥିଲେ। ଏପରିକି ଚଳିତ ଥରର କେନ୍ଦ୍ର ବଜେଟ୍‌ ୨୦୨୩-୨୪ ଉପସ୍ଥାପନ କରିବା ସମୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍‌ ଗ୍ୟାରେଣ୍ଟି ଯୋଜନାରେ ସୁଧାର ଲାଗି ଘୋଷଣା କରିଥିଲେ। ବିଶେଷକରି ବର୍ତ୍ତମାନର ସଂଶୋଧିତ ଯୋଜନା ୨୦୨୩ ଏପ୍ରିଲ ୧ରୁ ଲାଗୁ ହେବ। ଏଥିପାଇଁ ସରକାର ୯,୦୦୦ କୋଟି ଟଙ୍କାର କର୍ପସ ପାଣ୍ଠି ବିନିଯୋଗ କରିବେ। ଫଳରେ ୨ଲକ୍ଷ କୋଟି ଟଙ୍କାର ବନ୍ଧକମୁକ୍ତ ଗ୍ୟାରେଣ୍ଟିଯୁକ୍ତ ଋଣ ଯୋଗାଇଦେବା ସମ୍ଭବ ହୋଇପାରିବ। ଉଲ୍ଲେଖଯୋଗ୍ୟ, ଏହା ଋଣ ଖର୍ଚ୍ଚକୁ ପ୍ରାୟ ୧% ପର୍ଯ୍ୟନ୍ତ ହ୍ରାସ କରିବ। ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍‌ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ କର୍ପସ (ସିଜିଟିଏମ୍‌ଏସ୍‌ଇ) ୨୦୨୩ ମାର୍ଚ୍ଚ ୩୦ ରେ ୮,୦୦୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିଛି। ସିଜିଟିଏମ୍‌ଏସ୍‌ଇ ପକ୍ଷରୁ ୧କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ବାର୍ଷିକ ଗ୍ୟାରେଣ୍ଟି ଶୁଳ୍କ ସଂକ୍ରାନ୍ତରେ ମାର୍ଗଦର୍ଶିକା ଜାରି କରାଯାଇଛି। ଫଳରେ ବାର୍ଷିକ ଶୁଳ୍କ ପରିମାଣ ସର୍ବାଧିକ ୨%ରୁ ସର୍ବନିମ୍ନ ୦.୩୭%ରେ ଧାର୍ଯ୍ୟ ହୋଇଛି। ଏହା ଲଘୁ ଓ କ୍ଷୁଦ୍ର ଉଦ୍ୟୋଗକୁ ଦିଆଯାଉଥିବା ଋଣ ଉପରେ ସାମଗ୍ରିକ ଖର୍ଚ୍ଚକୁ ଅନେକ ପରିମାଣରେ ହ୍ରାସ କରିବ। ଏପରିକି ଗ୍ୟାରେଣ୍ଟି ପାଇଁ ସିଲିଂ ଉପରେ ସୀମାକୁ ୨କୋଟି ଟଙ୍କାରୁ ୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଗଣତନ୍ତ୍ରରେ ଭୋଟର ତାଲିକା

ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ…

ସଫଳ ସାହିତ୍ୟ ସ୍ରଷ୍ଟା

ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri