ବିଓଏମ୍‌ ପକ୍ଷରୁ କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୯।୯: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ପକ୍ଷରୁ ନିକଟରେ ସ୍ଥାନୀୟ ଲକ୍ଷ୍ମୀସାଗରଠାରେ ବ୍ୟାଙ୍କର ୩୬ତମ ଶାଖା ତଥା ଭୁବନେଶ୍ୱରର ୬ଷ୍ଠ ଶାଖାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ବିଓଏମ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଶିଷ ପାଣ୍ଡେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ଜୋନାଲ ମ୍ୟାନେଜର ବିନୟ କୁମାର, ଡେପୁଟି ଜୋନାଲ ମ୍ୟାନେଜର ଶଶାଙ୍କ ଶେଖର ସାହୁ ଓ ଚିଫ୍‌ ମ୍ୟାନେଜର (ସିପିସି) ରବିଶଙ୍କର କୁମାର ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ଏକ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା। ସେହିଭଳି ବ୍ୟାଙ୍କ ପକ୍ଷରୁ ୩୮ ଜଣ ଗ୍ରାହକଙ୍କୁ ୪୦.୬୮ କୋଟି ଟଙ୍କା ଋଣ ମଞ୍ଜୁର କରାଯାଇଥିଲା ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି।

ଅପରପକ୍ଷରେ ଚଳିତ ଆର୍ଥିକ ବର୍ଷରେ ବିଓଏମ୍‌ ରାଜ୍ୟରେ ୧୪ଟି ନୂଆ ଶାଖା ଖୋଲିବାକୁ ଯୋଜନା ରଖିଛି ବୋଲି ଆଶିଷ ପାଣ୍ଡେ ସୂଚନା ଦେଇଛନ୍ତି। ସେହିପରି ଓଡ଼ିଶାରେ ବ୍ୟାଙ୍କ ୫୦୦୦ କୋଟି ଟଙ୍କାର କାରବାର କରିବାକୁ ଲକ୍ଷ୍ୟ ରଖିଥିବା ବେଳେ ଆଗାମୀ ଦିନରେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଥିବା ସେ ମତବ୍ୟକ୍ତ କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ବ୍ୟାଙ୍କର ୩୬ଟି ଶାଖା ଥିବା ବେଳେ ତାହାକୁ ୫୦ରେ ପହଞ୍ଚାଇବାର ଯୋଜନା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri