ପଞ୍ଚଭୂତରେ ବିଲୀନ ହେଲେ ବିଜୟ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ଅଭିନେତା ବିଜୟ ମହାନ୍ତିଙ୍କ ସୋମବାର ରାତିରେ ପରଲୋକ ଘଟିିଛି। ଏହି ଖବର ପ୍ରଚାରିତ ହେବା ପରେ ଶାରା ରାଜ୍ୟରେ ଶୋକର ଲହରୀ ଖେଳିଯାଇଛି। ଗତ ୨ ମାସ ଧରି ସେ ଅସୁସ୍ଥ ଥିଲେ। ମାତ୍ର ଶେଷରେ ଦୁଇ ମାସର ଜୀବନ ସଂଗ୍ରାମରେ ହାରି ଯାଇଥିଲେ। ମଙ୍ଗଳବାର ତାଙ୍କ ମର ଶରୀରକୁ ବମିଖାଲସ୍ଥିତ ବାସଭବନକୁ ନିଆଯାଇଥିଲା। ସେଠାରେ ପରିବାରବର୍ଗ, ବନ୍ଧୁ ପରିଜନ ତାଙ୍କୁ ଅଶ୍ରୁଳ ବିଦାୟ ଦେବା ପରେ ଉତ୍କଳ ସଂଗୀତ ମହାବିଦ୍ୟାଳୟ ପରିସରକୁ ନିଆଯାଇଥିଲା। ସେଠାରେ ତାଙ୍କୁ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟଦା ପ୍ରଦାନ କରାଯିବା ପରେ ଶହ ଶହ ଶୁଭେଚ୍ଛୁ, କଳାକାର, ରାଜନେତା ତାଙ୍କ ପ୍ରିୟ ଅଭିନେତାଙ୍କ ଶେଷ ସମ୍ମାନ ପ୍ରଦର୍ଶନ କରିଥିଲେ। କରୋନା ଲକ୍‌ଡାଉନ୍‌ କଟକଣା ଭିତରେ ମଧ୍ୟ ବହୁ ସିନେପ୍ରେମି ବିଜୟଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଥିଲେ। ଉତ୍କଳ ସଂଗୀତ ମହାବିଦ୍ୟାଳୟରୁ ତାଙ୍କ ମରଶରୀରକୁ ଅନ୍ତିମ ସଂସ୍କାର ପାଇଁ ସତ୍ୟନଗର ନିଆଯାଇଥିଲା।

୧୯୫୦ ଏପ୍ରିଲ ୮ରେ ବିଜୟ କେନ୍ଦ୍ରାପଡ଼ା ଜିଲାର ପାଣ୍ଡିରି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ପିତା ଆଦିକନ୍ଦ ମହାନ୍ତି ଓ ମାତା ଶାନ୍ତିଲତା ମହାନ୍ତିଙ୍କ ସୁପୁତ୍ର ବିଜୟ ମୟୂରଭଞ୍ଜ ଜିଲାର ବାରିପଦାଠାରେ ବଢ଼ିଥିଲେ। ଏମ୍‌କେସି ହାଇସ୍କୁଲରେ ପଢ଼ା ଶେଷ କରିବା ପରେ ସ୍ନାତକ ଡିଗ୍ରୀ ଅର୍ଜନ କରିଥିଲେ। ଏହାପରେ ଦିଲ୍ଲୀ ନ୍ୟାଶନାଲ ସ୍କୁଲ୍‌ ଅଫ୍‌ ଡ୍ରାମାରୁ ଶିକ୍ଷାଗ୍ରହଣ କରିଥିଲେ। ସେହି ସମୟରେ ଖ୍ୟାତନାମା ଅଭିନେତା ନାସିରୁଦ୍ଦିନ ଶାହା, ରାଜ ବବ୍ବର, ଓମ୍‌ ପୁରୀ ତାଙ୍କର ସହପାଠୀ ଥିଲେ। ବିଭିନ୍ନ ମଞ୍ଚରେ ଅଭିନୟ କରିବା ସହ ସେ ଦିଲ୍ଲୀରେ ୧୯୭୫ ମସିହା ପର୍ଯ୍ୟନ୍ତ ଥିଲେ। ସେଠାରୁ ଓଡ଼ିଶା ଫେରିବା ପରେ ଓଡ଼ିଆ ଚଳିଚ୍ଚିତ୍ର ଜଗତ ସହ ନିଜକୁ ସମ୍ପୂର୍ଣ୍ଣ ସମର୍ପିତ କରିଥିଲେ। ଇତିମଧ୍ୟରେ ୧୭୫ଟି ଓଡ଼ିଆ ଚଳଚ୍ଚିତ୍ରରେ ମନଛୁଅଁା ଅଭିନୟ କରି ଦର୍ଶକଙ୍କ ହୃଦୟ ଜିଣିଥିଲେ। ନିଖୁଣ ଅଭିନୟ ଲାଗି ସେ ଏକାଧିକ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଜିତିଥିବା ବେଳେ ଜୀବନବ୍ୟାପୀ ସାଧନା ପାଇଁ ଓଡ଼ିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ ପାଇଥିଲେ। ଚଳଚ୍ଚିତ୍ରରେ ଅଭିନୟ ସହ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ନାଟକ ବିଭାଗର ଅଧ୍ୟାପକ ଓ ଅଧ୍ୟକ୍ଷ ଭାବେ ମଧ୍ୟ ସେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri