Posted inଖେଳ

ମଦ, ତମାଖୁ ବିଜ୍ଞାପନ କରିବେ ନାହିଁ ଅଷ୍ଟ୍ରେଲିଆ ଖେଳାଳି

ସିଡନୀ,୨୩।୨: ଆଇପିଏଲ ୧୪ତମ ସିଜନ ଆରମ୍ଭ ପୂର୍ବରୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏମ) ଏକ ବଡ଼ ନିଷ୍ପତ୍ତି ନେଇଛି। ଆଇପିଏଲ୍‌ର ପରବର୍ତ୍ତୀ ସିଜିନ୍‌ରେ ଅଷ୍ଟ୍ରେଲୀୟ ଖେଳାଳିମାନେ ଜୁଆ, ଫାଷ୍ଟଫୁଡ, ମଦ୍ୟପାନ ଏବଂ ତମାଖୁ ବ୍ରାଣ୍ଡର ବିଜ୍ଞାପନ କରିବେ ନାହିଁ ସିଏମ୍‌ ଆଇପିଏଲ ଫ୍ରାଞ୍ଚାଇଜକୁ କହିଛି। ଆଇପିଏଲ ଦଳକୁ ପଠାଯାଇଥିବା ପରାମର୍ଶରେ ବିସିସିଆଇକୁ କ୍ରିକେଟ ଅଷ୍ଟ୍ରେଲିଆ କହିଛି ଯେ ସମଗ୍ର ଦଳର ଫଟୋକୁ ସମ୍ପୃକ୍ତ ଆଇପିଏଲ ଦଳର ପ୍ରାୟୋଜକମାନେ ଭାରତର ପ୍ରିଣ୍ଟ ମିଡିଆରେ ପ୍ରଚାର ପାଇଁ ବ୍ୟବହାର କରିପାରିବେ। ମଦ, ଫାଷ୍ଟଫୁଡ, ଫାଷ୍ଟଫୁଡ ରେଷ୍ଟୁରାଣ୍ଟ, ତମାଖୁ କିମ୍ବା ବେଟିଂ ବ୍ୟବସାୟ କରୁଥିବା କୌଣସି କମ୍ପାନୀ ପାଇଁ ଏହିପରି ଫଟୋ ବ୍ୟବହାର କରାଯିବ ନାହିଁ।
ସୂଚନାଯୋଗ୍ୟ, ଅଷ୍ଟ୍ରେଲିଆର ୧୯ଜଣ କ୍ରିକେଟର ଆଇପିଏଲ ୨୦୨୧ରେ ଖେଳିବେ। ସେମାନଙ୍କ ମଧ୍ୟରେ ଷ୍ଟିଭ ସ୍ମିଥ, ମ୍ୟାକ୍ସୱେଲ, ନାଥାନ କୁଲପର୍‌ ନାଇଲ, ରିଚାର୍ଡସନ, ଡେଭିଡ ୱାର୍ନର ଏବଂ ମିଚେଲ ମାର୍ଶ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri