Posted inଖେଳ

ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ କରାଯାଇନାହିଁ ଆଲୋଚନା

ମେଲବୋର୍ନ, ୩୧।୫: ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଆଇପିଏଲର ବଳକା ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ପାଇଁ ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ ଏପର୍ଯ୍ୟନ୍ତ କୌଣସି ଆଲୋଚନା କରାଯାଇ ନାହିଁ। ଆଇପିଏଲ ଅଂଶଗ୍ରହଣ କରିଥିବା ଖେଳାଳିମାନେ ବାଧ୍ୟତାମୂଳକ ୨ ସପ୍ତାହ ହୋଟେଲ କ୍ୱାରେଣ୍ଟିନ ଶେଷ କରି ସୋମବାର ଘରକୁ ଫେରିଛନ୍ତି। ଏଣୁ ଆଇପିଏଲରେ ସେମାନେ ଖେଳିବେ କି ନାହିଁ ଜାଣିବା ପାଇଁ ଅପେକ୍ଷା କରିବାକୁ ପଡ଼ିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆର (ସିଏ) କାର୍ଯ୍ୟକାରୀ ମୁଖ୍ୟ ନିକ ହକଲେ କହିଛନ୍ତି।

ଖେଳାଳି, କୋଚ୍‌, ମ୍ୟାଚ୍‌ ଅଫିସିଆଲ ଓ ଭାଷ୍ୟକାରଙ୍କୁ ମିଶାଇ ପ୍ରାୟ ୪୦ ଜଣ ଆଇପିଏଲରେ ଅଂଶଗ୍ରହଣ କରିଥିଲେ। ବିଭିନ୍ନ ଫ୍ରାଞ୍ଚାଇଜର ବାୟୋ ବବଲରେ ଖେଳାଳିମାନେ କୋଭିଡ୍‌ ସଂକ୍ରମିତ ହେବା ପରେ ମେ’ ୪ରେ ଆଇପିଏଲକୁ ସ୍ଥଗିତ ଘୋଷଣା କରାଯାଇଥିଲା।

”ଆମେ ଏକତ୍ରିତ ହେବା ପରେ ଆଇପିଏଲ ସମ୍ପର୍କରେ ଆଲୋଚନା କରିବୁ। ଆଇପିଏଲରୁ ଫେରିଥିବା ଖେଳାଳିମାନଙ୍କ ହୋଟେଲ କ୍ୱାରେଣ୍ଟିନ ସୋମବାର ଶେଷ ହୋଇଛି। ଏଣୁ ଖେଳାଳିଙ୍କ ଘରକୁ ଫେରିବାକୁ ଆମେ ପ୍ରାଥମିକତା ଦେଉଛୁ। ଆମକୁ ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ପ୍ରସ୍ତୁତ ହେବାର ଅଛି“ ବୋଲି ହକଲେ କହିଛନ୍ତି। ଆସନ୍ତା ଦୁଇ ସପ୍ତାହରେ ଖେଳାଳିମାନେ ବ୍ରିସବେନସ୍ଥିତ ଏନ୍‌ସିଏରେ ଏକତ୍ରିତ ହେବେ।

ଆଇପିଏଲର ବଳକା ମ୍ୟାଚ୍‌ ଖେଳାଯିବାକୁ ଥିବା ସମୟରେ ଅଷ୍ଟ୍ରେଲିଆର କୌଣସି ଅନ୍ତର୍ଜାତୀୟ ସିରିଜ୍‌ ଖେଳିବାର ନାହିଁ। କିନ୍ତୁ ଚିନ୍ତାର ବିଷୟ ହେଲା, ଗୋଟିଏ ବବଲରୁ ଅନ୍ୟ ବବଲକୁ ଯିବାଦ୍ୱାରା ଖେଳାଳିଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ ଚାପ ବଢ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri