Posted inଖେଳ

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର, କୋଚ୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୦।୪: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ଲାଗି ଖରାପ ଖବର। ଗୋଟିଏ ପଟେ ଥାଲାଙ୍କ ବ୍ୟାଟିଂ ଦେଖି ପ୍ରଶଂସକ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ଦେଖିବାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ସିଏସ୍‌କେ କୋଚ୍‌ ବଡ଼ ବୟାନ ଦେଇଛନ୍ତି। ଏହା ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଭାଙ୍ଗିପାରେ।

ଟିମ୍‌ର ହେଡ୍‌ କୋଚ୍‌ ଷ୍ଟିଫେନ୍‌ ଫ୍ଲେମିଂ କହିଛନ୍ତି, ଗତ ବର୍ଷ ଧୋନୀଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ଏହାପରେ ତାଙ୍କର ସର୍ଜରୀ କରାଯାଇଥିଲା। ଏବେ ଯାଏ ଧୋନୀ ସେହି ସମସ୍ୟାରୁ ମୁକୁଳି ନାହାନ୍ତି। ସେ ଏବେ ବି ସୁସ୍ଥ ହେଉଛନ୍ତି। ଦଳକୁ ତାଙ୍କର ଆବଶ୍ୟକତା ରହିଛି। ଏଣୁ ସେ ଅଧିକ ବ୍ୟାଟିଂ କଲେ ତାଙ୍କର ଆଘାତ ଉପରେ ପ୍ରଭାବ ପଡ଼ିପାରେ। ଧୋନୀ କେବଳ ଡେଥ୍‌ ଓଭର୍‌ରେ କାମିଓ ରୋଲ୍‌ ହିଁ ଜାରି ରଖିବେ। ଯଦି ସେ ଏଭଳି ଫିଟ୍‌ ରୁହନ୍ତି ତେବେ ଅନ୍ତିମ ୨-୩ ଓଭରରେ ସମସ୍ତଙ୍କ ମନୋରଞ୍ଜନ କରିବେ, ଯାହାକି ତାଙ୍କ ପ୍ରଶଂସକଙ୍କ ପାଇଁ ଆଶ୍ୱସ୍ତିକର କଥା ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ୪୨ ବର୍ଷୀୟ ଧୋନୀ ଚଳିତ ଆଇପିଏଲ୍‌ରେ ଜବରଦସ୍ତ ଫର୍ମରେ ଅଛନ୍ତି। ପୂର୍ବ ମ୍ୟାଚ୍‌ରେ ସେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ବିପକ୍ଷରେ ୯ ବଲ୍‌ରେ ୨୮ ରନ୍‌ର ଇନିଂସ ଖେଳିଥିଲେ। ଫଳରେ ଚେନ୍ନାଇର ସ୍କୋର ୧୭୦ରେ ପହଞ୍ଚିଥିଲା। ଏହାପୂର୍ବରୁ ମୁମ୍ବାଇ ବିପକ୍ଷରେ ୪ ବଲ୍‌ରେ ୨୦ ରନ୍‌ କରି ସେ ଦଳର ସ୍କୋରକୁ ୨୦୦ ପାର୍‌ କରାଇଥିଲେ। ଗତ ଦୁଇ ଇନିଂସରେ ତାଙ୍କ ଷ୍ଟ୍ରାଇକ୍‌ ରେଟ୍‌ ୩୦୦ରୁ ଅଧିକ ଥିଲା। ଏହି ସିଜନରେ ସେ ୭ ଚୌକା ଏବଂ ୮ ଛକା ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?