Posted inଖେଳ

ପୂର୍ବତନ କ୍ରିକେଟରଙ୍କ ବଢ଼ିଲା ପେନ୍‌ସନ

ନୂଆଦିଲ୍ଲୀ,୧୪।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପୂର୍ବତନ କ୍ରିକେଟର (ମହିଳା ଓ ପୁରୁଷ) ଏବଂ ଅମ୍ପାୟରଙ୍କ ପେନ୍‌ସନ ବୃଦ୍ଧି କରିଛି। ଯେଉଁ ପ୍ରଥମ ଶ୍ରେଣୀ କ୍ରିକେଟରମାନେ ମାସକୁ ୧୫,୦୦୦ ଟଙ୍କା ପାଉଥିଲେ ସେମାନେ ଏବେ ୩୦,୦୦୦ ପାଇବେ। ସେହିପରି ୩୭,୫୦୦ ଟଙ୍କା ପାଉଥିବା ପୂର୍ବତନ ଟେଷ୍ଟ ଖେଳାଳିମାନେ ଏଣିକି ୬୦,୦୦୦ ଏବଂ ୫୦,୦୦୦ ଟଙ୍କା ପାଉଥିବା ଖେଳାଳି ୭୦,୦୦୦ ପାଇବେ। ମହିଳା ଅନ୍ତର୍ଜାତୀୟ ଖେଳାଳିମାନେ ପୂର୍ବରୁ ୩୦,୦୦୦ ଟଙ୍କା ପାଉଥିବା ବେଳେ ଏବେ ତାକୁ ୫୨,୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ୨୦୦୩ ପୂର୍ବରୁ ଅବସର ନେଇଥିବା ପ୍ରଥମ ଶ୍ରେଣୀ କ୍ରିକେଟରମାନେ ମାସକୁ ୨୨,୫୦୦ ଟଙ୍କା ପାଉଥିଲେ। ଏବେ ତାହା ୪୫,୦୦୦ ଟଙ୍କା ହୋଇଛି। ”ପୂର୍ବତନ କ୍ରିକେଟରଙ୍କ ଯନତ୍ ନେବା ଏବଂ ସେମାନଙ୍କ ଆର୍ଥିକ ଅବସ୍ଥା ସ୍ବଚ୍ଛଳ କରିବା ଗୁରୁତ୍ୱପୂର୍ଣ୍ଣ ଥିଲା। ଅମ୍ପାୟରମାନେ ହେଉଛନ୍ତି ଅନ୍‌ସଙ୍ଗ ହିରୋ। ବିସିସିଆଇ ସେମାନଙ୍କ ଅବଦାନର ମୂଲ୍ୟ ନିଶ୍ଚିତ ଦେବ ବୋଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri