କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ ଯୁବକ ସଂଘ ପକ୍ଷରୁ ଆୟୋଜିତ ଟୁର୍ନାମେଣ୍ଟ ଚଳିତ ମାସ ୮ ତାରିଖରୁ ଆରମ୍ଭ ହୋଇଥିବା ବେଳେ ରବିବାର ଫାଇନାଲ ମ୍ୟାଚ୍‌ ବଡ଼ ଡୁଙ୍ଗୁରୀଗୁଡା ଓ ତେରେସିଙ୍ଗା ମଧ୍ୟରେ ଖେଳାଯାଇଥିଲା। ଏଥିରେ ବଡ଼ଡୁଙ୍ଗୁରୀଗୁଡା ଦଳ ତେରେସିଙ୍ଗା ଦଳକୁ ପରାସ୍ତ କରି ଚାମ୍ପିୟନ ହୋଇଛି।

ଟୁର୍ନାମେଣ୍ଟରେ ମ୍ୟାନ୍‌ ଅପ୍‌ ଦ ମ୍ୟାଚ୍‌ ସୁବ୍ରତ ନାଗ ହୋଇଥିବା ବେଳେ ମ୍ୟାନ୍‌ ଅପ୍‌ ଦି ସିରିଜ୍‌ ମନୋରଞ୍ଜନ ଗହିର ହୋଇଥିଲେ। ଆୟୋଜିତ ପୁରସ୍କାର ବିତରଣ ସଭାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି ଭାବେ ରେଗଡ଼ା ସରପଞ୍ଚ ଦିପ୍ତିରାଣୀ ସାହୁ, ଯୁବ ସମାଜସେବୀ ନୀଳ ମାଧବ ସିଂହଦେଓ, ନୀଳାମ୍ବର ବେହେରା, ପୂର୍ବତନ ସରପଞ୍ଚ ସୁଶାନ୍ତ ପରିଡା, ଏଡିଇଓ ଗୁଣନିଧି କୁମାର, ଭିକାରୀ କୁମାର, ଖୁସିରାମ ସାହୁ, ମହାଦେବ ସାହୁ, ତରୁଣୀ ସାହୁ, ଘନ ସାହୁ, ଜଗତରାମ ସାହୁ, ଦୁର୍ଜନ ସାହୁ, କରୁଣା ସାହୁ, ଲିଙ୍ଗରାଜ ସାହୁ ପ୍ରମୁଖ ଯୋଗଦେଇ ବିଜେତା ଏବଂ ଉପବିଜେତା ଦଳକୁ ନଗଦ ରାଶି ସହିତ ଟ୍ରଫି ପ୍ରଦାନ କରିଥିଲେ।

ଟୁର୍ନାମେଣ୍ଟରେ ବୀର କିଶୋର ଦୀପ ଏବଂ ଘନଶ୍ୟାମ ଭୋଇ ଖେଳ ପରିଚାଳନା କରିଥିଲେ। ସ୍କୋର ବୋର୍ଡ ଦାୟିତ୍ୱରେ କ୍ଷିତିଶ ମାଝୀ ରହିଥିବା ବେଳେ ଗୁଣନିଧି କୁମାର ଓ ଦେବରାଜ ବିଭାର ଧାରା ବିବରଣୀ ପ୍ରଦାନ କରିଥିଲେ।

ପୁରସ୍କାର ବିତରଣ ସଭାକୁ ଗୋଲ୍ଡି ଦୀପ ପରିଚାଳନା କରିଥିଲେ। ସମ୍ପାଦକ ଅଶୋକ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ଟୁର୍ନାମେଣ୍ଟକୁ ସଫଳ କରିବାରେ ସଂଘ ସଭାପତି ଗିରିଧାରୀ ସାହୁ, ଅଭିମନ୍ୟୁ ସାହୁ, ରାଜେଶ ସାହୁ, ମୁକେଶ କୁମାର, ରତ୍ନା ସାହୁ, ଜଳନ୍ଧର ସାହୁ, ବିଶାମିତ୍ର ସାହୁ, ଜଗଦୀଶ ଭୁଏ, ଧନଶାଗର ସାହୁ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri