Posted inଖେଳ

ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ ହେବେ ଗୌତମ ଗମ୍ଭୀର: ରିପୋର୍ଟ

ନୂଆଦିଲ୍ଲୀ,୧୭।୫: ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଗୌତମ ଗମ୍ଭୀର ଏହି ପଦ ଗ୍ରହଣ କରିବେ। ବର୍ତ୍ତମାନ ଆଇପିଏଲ୍‌ରେ କୋଲକାତା ନାଇଟ୍‌ ରାଇଡର୍ସର ମେଣ୍ଟର ଥିବା ଗମ୍ଭୀରଙ୍କୁ ବିସିସିଆଇ ଏନେଇ ଯୋଗାଯୋଗ କରିଛି। ଅର୍ଥାତ ସମ୍ଭାବ୍ୟ କୋଚ୍‌ ତାଲିକାରେ ପ୍ରଥମ ପସନ୍ଦ ପାଲଟିଛନ୍ତି ଗମ୍ଭୀର। ଏଭଳି ସ୍ଥିତିରେ ଆଇପିଏଲ୍‌ ଶେଷ ହେବା ପରେ ଅଧିକ ଆଲୋଚନା ହେବା ଆଶା କରାଯାଉଥିବା ESPNcricinfo ରିପୋର୍ଟରେ ଦର୍ଶାଯାଇଛି।

୪୨ ବର୍ଷୀୟ ଗମ୍ଭୀରଙ୍କ ଅନ୍ତର୍ଜାତୀୟ କିମ୍ବା ଘରୋଇସ୍ତରରେ କୋଚ୍‌ ଭାବେ କୌଣସି ଅଭିଜ୍ଞତା ନାହିଁ। ହେଲେ ସେ ଆଇପିଏଲ୍‌ରେ ୨ ଫ୍ରାଞ୍ଚାଇଜ୍‌ରେ ମେଣ୍ଟର ରହିଆସିଛନ୍ତି। ୨୦୨୨ ଏବଂ ୨୦୨୩ରେ ସେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ମେଣ୍ଟର ଥିବା ବେଳେ ଦଳ ପ୍ଲେଅଫ୍‌ରେ ପହଞ୍ଚିଥିଲା। ଚଳିତ ଆଇପିଏଲ୍‌ ୨୦୨୪ରେ ସେ କୋଲକାତା ନାଇଟ୍‌ ରାଇଡର୍ସରେ ଯୋଗଦେଇଥିଲେ। ତାଙ୍କ ପରାମର୍ଶରେ ଦଳ ପ୍ରଥମ ଦଳ ଭାବେ ଟୁର୍ନାମେଣ୍ଟ ପ୍ଲେଅଫ୍‌ ଖେଳିବାକୁ ଯାଉଛି।

କ୍ରିକେଟର ଭାବେ କ୍ୟାରିୟର ଦେଖିଲେ ଗମ୍ଭୀର ୨୦୦୭ରେ ଭାରତର ଟି୨୦ ବିଶ୍ୱକପ୍‌ ବିଜୟ ଏବଂ ୨୦୧୧ ଦିନିକିଆ ବିଶ୍ୱକପ୍‌ ବିଜୟର ଅଂଶ ଥିଲେ। ସେ ୨୦୧୧ରୁ ୨୦୧୭ ଯାଏ ୭ ଆଇପିଏଲ୍‌ ସିଜନ୍‌ ପାଇଁ କେକେଆର୍‌ ଅଧିନାୟକ ଥିଲେ। ଏହି ସମୟରେ ଦଳ ୫ ଥର ପ୍ଲେଅଫ୍‌ ଖେଳିଥିଲା। ଏପରିକି ୨୦୧୨ ଏବଂ ୨୦୧୪ରେ ଟାଇଟଲ୍‌ ଜିତିଥିଲା।

ଗତ ସପ୍ତାହରେ ଭାରତର ପୁରୁଷ ମୁଖ୍ୟ ପ୍ରଶିକ୍ଷକ ପଦ ପାଇଁ ବିସିସିଆଇ ଆବେଦନ ଆହ୍ବାନ କରିଛି। ଏଥିରେ ଚୟନ ହେବାକୁ ଥିବା କୋଚ୍‌ ଜୁଲାଇ ୨୦୨୪ରୁ ଡିସେମ୍ବର ୨୦୨୭ ଯାଏ କାର୍ଯ୍ୟଭାର ସମ୍ଭାଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri