Posted inଖେଳ

ମୁମ୍ବାଇର ପ୍ରଥମ ମୁକାବିଲା ଖେଳିବେ ନାହିଁ ହାର୍ଦ୍ଦିକ, ସାମ୍ନାକୁ ଆସିଲା ବଡ଼ କାରଣ; ଜାଣନ୍ତୁ କିଏ ନେବ ନେତୃତ୍ୱ…

ନୂଆଦିଲ୍ଲୀ,୨୧।୧୧: ଆଇପିଏଲ୍‌ ୨୦୨୫ ଲାଗି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ରିଟେନ୍‌ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ହେଲେ ସେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଖେଳିବେ ନାହିଁ। ଆପଣ ଭାବୁଥିବେ କାହିଁକି। ସ୍ଲୋ ଓଭର୍‌ ରେଟ୍‌କୁ ନେଇ ହାର୍ଦ୍ଦିକଙ୍କ ଉପରେ ପ୍ରତିବନ୍ଧକ(ବ୍ୟାନ୍‌) ଲଗାଯାଇଛି। ଆଇପିଏଲ୍‌ ୨୦୨୪ରେ ମୁମ୍ବାଇର ଅନ୍ତିମ ମୁକାବିଲା ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ହାର୍ଦ୍ଦିକ ସ୍ଲୋ ଓଭର ରେଟ୍‌ର ଶିକାର ହୋଇଥିଲେ। ଏହା ଉକ୍ତ ସିଜନରେ ତାଙ୍କ ଉପରେ ଲାଗିଥିବା ତୃତୀୟ ସ୍ଲୋ ଓଭର ରେଟ୍‌ ଥିଲା। ଏଥିଲାଗି ତାଙ୍କ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା ସହ ଗୋଟିଏ ମ୍ୟାଚ୍‌ର ବ୍ୟାନ୍‌ ଲାଗିଛି।

ଆଇପିଏଲ୍‌ ନିୟମ ମୁତାବକ, ଯଦି ଟିମ୍‌ ସ୍ଲୋ ଓଭର ରେଟ୍‌ର ଶିକାର ହୁଏ ତେବେ ଅଧିନାୟକଙ୍କ ଉପରେ ପ୍ରଥମ ଥର ପାଇଁ ୧୨ ଲକ୍ଷ ଟଙ୍କାର ଜରିମାନା ଦେବାକୁ ହୋଇଥାଏ। ଦ୍ୱିତୀୟ ଥର ପାଇଁ ୨୪ ଲକ୍ଷ ଏବଂ ତୃତୀୟ ଥର ପାଇଁ ୩୦ ଲକ୍ଷ ସହ ଗୋଟିଏ ମ୍ୟାଚ୍‌ରୁ ବ୍ୟାନ୍‌ ଲଗାଯାଇଥାଏ।

ତେବେ ଯଦି ହାର୍ଦ୍ଦିକ ଅଧିନାୟକତ୍ୱ କରିବେ ନାହିଁ ତେବେ ମୁମ୍ବାଇ କାହା ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରୋହିତ ଶର୍ମା, ଜସପ୍ରିତ ବୁମ୍‌ରା, ସୂର୍ଯ୍ୟକୁମାର ଯାଦବ ପ୍ରମୁଖ ରେସ୍‌ରେ ଆଗରେ ଥିଲେ ହେଁ ସୂର୍ଯ୍ୟକୁମାର ଦଳ ମ୍ୟାନେଜମେଣ୍ଟ ଦୃଷ୍ଟିରେ ଆଗରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri