Posted inଖେଳ

ମୁମ୍ବାଇର ପ୍ରଥମ ମୁକାବିଲା ଖେଳିବେ ନାହିଁ ହାର୍ଦ୍ଦିକ, ସାମ୍ନାକୁ ଆସିଲା ବଡ଼ କାରଣ; ଜାଣନ୍ତୁ କିଏ ନେବ ନେତୃତ୍ୱ…

ନୂଆଦିଲ୍ଲୀ,୨୧।୧୧: ଆଇପିଏଲ୍‌ ୨୦୨୫ ଲାଗି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ରିଟେନ୍‌ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ହେଲେ ସେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଖେଳିବେ ନାହିଁ। ଆପଣ ଭାବୁଥିବେ କାହିଁକି। ସ୍ଲୋ ଓଭର୍‌ ରେଟ୍‌କୁ ନେଇ ହାର୍ଦ୍ଦିକଙ୍କ ଉପରେ ପ୍ରତିବନ୍ଧକ(ବ୍ୟାନ୍‌) ଲଗାଯାଇଛି। ଆଇପିଏଲ୍‌ ୨୦୨୪ରେ ମୁମ୍ବାଇର ଅନ୍ତିମ ମୁକାବିଲା ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ହାର୍ଦ୍ଦିକ ସ୍ଲୋ ଓଭର ରେଟ୍‌ର ଶିକାର ହୋଇଥିଲେ। ଏହା ଉକ୍ତ ସିଜନରେ ତାଙ୍କ ଉପରେ ଲାଗିଥିବା ତୃତୀୟ ସ୍ଲୋ ଓଭର ରେଟ୍‌ ଥିଲା। ଏଥିଲାଗି ତାଙ୍କ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା ସହ ଗୋଟିଏ ମ୍ୟାଚ୍‌ର ବ୍ୟାନ୍‌ ଲାଗିଛି।

ଆଇପିଏଲ୍‌ ନିୟମ ମୁତାବକ, ଯଦି ଟିମ୍‌ ସ୍ଲୋ ଓଭର ରେଟ୍‌ର ଶିକାର ହୁଏ ତେବେ ଅଧିନାୟକଙ୍କ ଉପରେ ପ୍ରଥମ ଥର ପାଇଁ ୧୨ ଲକ୍ଷ ଟଙ୍କାର ଜରିମାନା ଦେବାକୁ ହୋଇଥାଏ। ଦ୍ୱିତୀୟ ଥର ପାଇଁ ୨୪ ଲକ୍ଷ ଏବଂ ତୃତୀୟ ଥର ପାଇଁ ୩୦ ଲକ୍ଷ ସହ ଗୋଟିଏ ମ୍ୟାଚ୍‌ରୁ ବ୍ୟାନ୍‌ ଲଗାଯାଇଥାଏ।

ତେବେ ଯଦି ହାର୍ଦ୍ଦିକ ଅଧିନାୟକତ୍ୱ କରିବେ ନାହିଁ ତେବେ ମୁମ୍ବାଇ କାହା ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରୋହିତ ଶର୍ମା, ଜସପ୍ରିତ ବୁମ୍‌ରା, ସୂର୍ଯ୍ୟକୁମାର ଯାଦବ ପ୍ରମୁଖ ରେସ୍‌ରେ ଆଗରେ ଥିଲେ ହେଁ ସୂର୍ଯ୍ୟକୁମାର ଦଳ ମ୍ୟାନେଜମେଣ୍ଟ ଦୃଷ୍ଟିରେ ଆଗରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri