Posted inଖେଳ

ଭାରତ ମାଟିରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ

ମୁମ୍ବାଇ,୩।୧୧: ଭାରତ ମାଟିରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ ଟିମ୍‌। ସିରିଜର ଅନ୍ତିମ ଟେଷ୍ଟ ମ୍ୟାଚ୍‌କୁ ୨୫ ରନ୍‌ରେ ଜିତି ଦଳ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି। ଅପରପକ୍ଷେ ଭାରତୀୟ ଟିମ୍‌ ୨୪ ବର୍ଷ ପରେ ନିଜ ଘରେ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ତେବେ ଦ୍ୱିତୀୟ ଇନିଂସରେ ନ୍ୟୁଜିଲାଣ୍ଡ ୧୪୭ ରନ୍‌ର ଟାର୍ଗେଟ ଦେଇଥିଲା। ହେଲେ ମାତ୍ର ୧୨୧ ରନ୍‌ କରି ଟିମ୍‌ ଇଣ୍ଡିଆ ଅଲଆଉଟ୍‌ ହୋଇଛି।

ଟିମ୍‌ ଇଣ୍ଡିଆ ବ୍ୟାଟିଂ ଦେଖିଲେ ଋଷଭ ପନ୍ତ ୬୪ ରନ୍‌ର ଇନିଂସକୁ ଛାଡ଼ିଦେଲେ ଅନ୍ୟ କେହି ବ୍ୟାଟ୍ସମ୍ୟାନ୍‌ ସଫଳ ହୋଇନାହାନ୍ତି। ଦଳର ୮ ବ୍ୟାଟ୍ସମ୍ୟାନ୍‌ ୧୦ରୁ କମ୍‌ ରନ୍‌ କରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ଏଜାଜ ପଟେଲ ଏବଂ ଗ୍ଲେନ୍‌ ଫିଲିପ୍ସ ଜବରଦସ୍ତ ବୋଲିଂ ନିଦର୍ଶନ ଦେଇଥିଲେ।

ନ୍ୟୁଜିଲାଣ୍ଡ ମୁମ୍ବାଇ ଟେଷ୍ଟ ଜିତି ନୂଆ ଅଧ୍ୟାୟ ଲେଖିଛି। ଓ୍ବାଙ୍ଖଡେରେ ଦଳ ଦ୍ୱିତୀୟ ସର୍ବନିମ୍ନ ସ୍କୋରରେ ବିଜେତା ହୋଇଛି। ଏହାପୂର୍ବରୁ ନ୍ୟୁଜିଲାଣ୍ଡ ୧୯୭୮ରେ ଇଂଲଣ୍ଡ ବିପକ୍ଷରେ ୧୩୭ ରନ୍‌ କରି ଜିତିଥିଲା। ତେବେ ଭାରତୀୟ ଟିମ୍‌ ଟେଷ୍ଟ କ୍ରିକେଟର ୯୨ ବର୍ଷର ଇତିହାସରେ ଘରେ ସବୁଠାରୁ ବଡ଼ ପରାଜୟ। କେବଳ ଏତିକି ନୁହେଁ ୩ ନଚେତ ତଦ୍ଦୁର୍ଦ୍ଧ ମ୍ୟାଚ୍‌ର ଟେଷ୍ଟ ସିରିଜରେ ଭାରତକୁ କ୍ଲିନ୍‌ ସୁଇପ୍‌ କରିଥିବା ନ୍ୟୁଜିଲାଣ୍ଡ ପ୍ରଥମ ଟିମ୍‌ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri